ମିରଟ: ଭାରତୀୟ ଦଳର ଫାଷ୍ଟ ବୋଲର ଭୁବନେଶ୍ୱର କୁମାର ଓ ତାଙ୍କ ପିତାଙ୍କୁ ଜମିଜମା ମାମଲାରେ ରବିବାର ହତ୍ୟା ଧମକ ଦିଆଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଏହି କ୍ରିକେଟରଙ୍କ ପିତା କୀରନପାଲ ସିଂ ଇଞ୍ଚାଉଲି ପୋଲିସ ଷ୍ଟେସନରେ ଲିଖିତ ଅଭିଯୋଗ କରିଛନ୍ତି। ଲିଖିତ ଅଭିଯୋଗରୁ ଜଣାପଡିଛି ଯେ, ଜମି କିଣିବା ପାଇଁ ବୁଲନ୍ଦଶାହାର ଜିଲ୍ଲାର ନିବାସୀ ରଣବୀର ସିଂ (ଏକ ହତ୍ୟା ମାମଲରେ ଦୋଷୀ ସାବ୍ୟସ୍ତ ହୋଇ ଜେଲଦଣ୍ଡ ଭୋଗୁଛନ୍ତି) ସହିତ କୀରଣପାଲ ମଧ୍ୟରେ ଏକ ୮୦ ଲକ୍ଷର ଏକ ବୁଝାବଣା ହୋଇଥିଲା। ଭୁବନେଶ୍ୱର କୁମାର ଓ ତାଙ୍କ ପିତାଙ୍କ ପକ୍ଷରୁ ଇଣ୍ଟରନେଟ ବ୍ୟାଙ୍କିଂ ମାଧ୍ୟମରେ ଅର୍ଥ ପୈଠ କରିଥିଲେ ମଧ୍ୟ ରଣବୀର ସିଂ ଜମି ଦେଇ ନ ଥିଲେ । ଏପରିକି ନେଇଥିବା ଅର୍ଥ ମଧ୍ୟ ଫେରସ୍ତ କରି ନ ଥିଲେ । ଭୁବନେଶ୍ୱର ଓ ତାଙ୍କ ପିତା ଅର୍ଥ ଦାବି କରିବାକୁ ତାଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଦର୍ଶାଯାଇଛି।
ସୂଚନାଯୋଗ୍ୟ ଗତ ଏପ୍ରିଲ ମାସରେ ଜମି କିଣା କିଣି ପାଇଁ ଅର୍ଥପୈଠ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।