ଭୁବନେଶ୍ୱର: ଜାତୀୟ କ୍ରୀଡ଼ା ଦିବସ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦାନ କରିଛନ୍ତି ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର। ଅନ୍ତର୍ଜାତୀୟ ଆଥ୍ଲେଟ୍ ପୂର୍ଣ୍ଣିମା ହେମ୍ବ୍ରମଙ୍କୁ ଚଳିତ ବର୍ଷ ଶ୍ରେଷ୍ଠ କ୍ରୀଡ଼ାବିତ୍ ଭାବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଇଛି। ଫୁଟ୍ବଲ୍ କୋଚ୍ ଚିତ୍ରସେଣ ପାତ୍ର ଓ ୱେଟ୍ଲିଫ୍ଟିଂ କୋଚ୍ ପି. ଧର୍ମାରାଓଙ୍କୁ ଶ୍ରେଷ୍ଠ କୋଚ୍ ଭାବେ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରାଯାଇଛି। ଓସିଏ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଶ୍ରେଷ୍ଠ ସଂଗଠକ ଭାବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ଦିଆଯାଇଛି। ସେହିପରି ତନ୍ମୟ ଦାଶ ଶ୍ରେଷ୍ଠ କ୍ରୀଡ଼ା ସାମ୍ବାଦିକ ଭାବେ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇଛନ୍ତି।
ଯୁବ ସୁଇମର ପ୍ରତ୍ୟାଶା ରାୟଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି।
ଏହି ଅବସରରେ ରିଓ ଅଲିମ୍ପିକ୍ରେ ଦେଶର ପ୍ରତିନିଧିତ୍ୱ କରିଥିବା ୬ ଓଡ଼ିଆ ଝିଅ ଦୂତୀ ଚାନ୍ଦ, ଶ୍ରାବଣୀ ନନ୍ଦ, ଦୀପଗ୍ରେସ୍ ଏକ୍କା, ଲିଳିମା ମିଞ୍ଜ, ସୁନୀତା ଲାକ୍ରା ଓ ନମିତା ଟପ୍ପୋଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।