Advertisment

କିଶୋର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି।

author-image
Jitendra Garnayak
Naveen and Kishore

Naveen and Kishore

ନିକଟରେ ଚାଇନାର ହାଙ୍ଗଝୌରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ାରେ ଜାଭେଲିନ ଥ୍ରୋରେ ରୌପ୍ୟ ପଦକ ହାସଲ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ପାଇଁ ଟିକେଟ ହାସଲ କରିଥିବା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। 

Advertisment

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅଲିମ୍ପିକ୍ସ ପାଇଁ ତାଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।  ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। 

ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ଚଳିତ ବର୍ଷ ବୁଦାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସମସ୍ତଙ୍କ ଦୃଷ୍ଟିକୁ ଆସିଥିଲେ କିଶୋର କୁମାର ଜେନା।ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ। କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି।

Advertisment
Naveen Patnaik Kishore Jena