ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାରବାଟୀ ଟି-ଟ୍ୱେଣ୍ଟିକୁ ମଝିରେ ଆଉ ମାତ୍ର ୩ ଦିନ। ଆସନ୍ତା ୨୦ ତାରିଖରେ ବାରବାଟୀ ମ୍ୟାଚ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ସାଧାରଣ ଦର୍ଶକଙ୍କ ପାଇଁ କାଉଣ୍ଟରରେ ଟିକେଟ ବିକ୍ରି। ସକାଳ ୯ଟାରୁ ଟିକେଟ ବିକ୍ରି ଆରମ୍ଭ ହୋଇଛି। ଏଥିପାଇଁ ଓସିଏ ପକ୍ଷରୁ କରାଯାଇଛି ବ୍ୟାପକ ବ୍ୟବସ୍ଥା। ଆଇନ ଶୃଙ୍ଖଳା ଦୃଷ୍ଟିରୁ କାଉଣ୍ଟର ନିକଟରେ ବ୍ୟାରିକେଡ ଲଗାଯିବା ସହ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସାଧାରଣ ଦର୍ଶକଙ୍କ ପାଇଁ ୧୨, ୫୨୯ଟି ଟିକେଟ୍ ବିକ୍ରି କରାଯିବ। ଟିକେଟ୍ କିଣିବାକୁ ରାତି ଅଧରୁ ଲମ୍ବା ଲାଇନ୍ ଲଗାଇଛନ୍ତି ଦର୍ଶକ। ସେପଟେ ୭୫ଟି ସିସିଟିଭି ନଜରରେ ରହିଛି ପୂରା ବାରବାଟୀ ଷ୍ଟାଡିୟମ। ମ୍ୟାଚ୍ ପାଇଁ ଆସନ୍ତା ୧୮ ତାରିଖ ଅପରାହ୍ନରେ ଉଭୟ ଟିମ୍ ଇଣ୍ଡିଆ ଓ ଶ୍ରୀଲଙ୍କା ଦଳ ଭୁବନେଶ୍ୱର ପହଞ୍ଚିବେ। ୧୯ ତାରିଖରେ ଉଭୟ ଦଳ ନେଟ୍ ପ୍ରାକ୍ଟିସ କରିବେ। ଏବଂ ୨୦ ତାରିଖ ସନ୍ଧ୍ୟାରେ ଶ୍ରୀଲଙ୍କା ଓ ଟିମ୍ ଇଣ୍ଡିଆ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ଖେଳାଯିବ।
https://youtu.be/tv426vbRPcc
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।