Renuka Singh
ଶ୍ରୀଲଙ୍କାରେ ଚାଲିଥିବା ଏସିଆ କପ୍ର ସେମି ଫାଇନାଲ ମ୍ୟାଚ୍ରେ ଭାରତୀୟ ମହିଳା ଦଳକୁ ୮୧ ରନ୍ର ବିଜୟ ଲକ୍ଷ୍ୟ ଦେଇଛି ବାଂଲାଦେଶ ଟିମ୍।
ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ମାତ୍ର ୮୦ ରନ୍ କରିବାକୁ ସକ୍ଷମ ହୋଇଥିଲା।
ଦଳ ତରଫରୁ ଅଧିନାୟିକା ନିଗାର ସୁଲତାନା ଓ ଶୋରନା ଅଖତରଙ୍କୁ ଛାଡ଼ି ଅନ୍ୟ ୬ ଜଣ ବ୍ୟାଟର ଏକ ଅଙ୍କ ପାର କରି ପାରି ନଥିଲେ। ନିଗାର ସୁଲତାନା ୫୧ଟି ବଲ୍ରୁ ୩୨ ନ୍ କରିଥିବା ବେଳେ ଶୋରନା ଅଖତର ୧୮ଟି ବଲ୍ରୁ ୧୯ ରନ୍ କରିଥିଲେ। ବ୍ୟାଟିଂ କରିବାକୁ ଆସିଥିବା ଅନ୍ୟ ୬ ଜଣ ୬, ୪, ୮,୧,୧ ଓ ୫ ରନ୍ କରିଥିଲେ। ନାହିଦା ଅଖତର ଖାତା ଖୋଲି ପାରି ନଥିବା ବେଳେ ଶୋରନା ଅଖତର ଅପରାଜିତ ରହିଥିଲେ।
ଭାରତ ପକ୍ଷରୁ ରେଣୁକା ସିଂହ ଓ ରାଧା ଯାଦବ ଭଲ ପ୍ରଦର୍ଶନ କରିଥିଲେ। ଉଭୟ ୩ଟି ଲେଖାଏଁ ୱିକେଟ୍ ନେଇଥିବା ବେଳେ ପୂଜା ବସ୍ତ୍ରକାର ଓ ଦୀପ୍ତି ଶର୍ମା ଗୋଟିଏ ଲେଖାଏଁ ୱିକେଟ୍ ନେଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1721989582.jpg)