Advertisment

କଟକ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ୍ ଟି-୨୦ ମ୍ୟାଚ୍

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍। ଆସନ୍ତାବର୍ଷ ଅର୍ଥାତ୍ ୨୦୨୨, ଫେବୃଆରୀ ୧୫ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯିବ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍। ଏଥିପାଇଁ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତାବର୍ଷ ୱେଷ୍ଟଇଣ୍ଡିଜ୍ ଭାରତ ଗସ୍ତରେ ତିନୋଟି ଦିନିକିଆ ଓ ସମାନ ସଂଖ୍ୟକ ଟି-୨୦ ମ୍ୟାଚ୍ ଖେଳିବାକୁ ଆସିବ। […]

ଅଦ୍ୟତନ ହୋଇଛି
କଟକ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ୍ ଟି-୨୦ ମ୍ୟାଚ୍

barabati-stadium

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍। ଆସନ୍ତାବର୍ଷ ଅର୍ଥାତ୍ ୨୦୨୨, ଫେବୃଆରୀ ୧୫ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯିବ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍। ଏଥିପାଇଁ ବିସିସିଆଇ ପକ୍ଷରୁ ଘୋଷଣା କରାଯାଇଛି।

Advertisment

ଆସନ୍ତାବର୍ଷ ୱେଷ୍ଟଇଣ୍ଡିଜ୍ ଭାରତ ଗସ୍ତରେ ତିନୋଟି ଦିନିକିଆ ଓ ସମାନ ସଂଖ୍ୟକ ଟି-୨୦ ମ୍ୟାଚ୍ ଖେଳିବାକୁ ଆସିବ। ପ୍ରଥମେ ଦିନିକିଆ ସିରିଜ୍ ଖେଳାଯିବ। ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ଫେବୃଆରୀ ୬ରେ ଅହମ୍ମଦାବାଦ, ଦ୍ୱିତୀୟ ମ୍ୟାଚ୍ ଜୟପୁରରେ ଫେବୃଆରୀ ୯ ଏବଂ ତୃତୀୟ ଦିନିକିଆ କୋଲକାତାରେ ଫେବୃଆରୀ ୧୨ ତାରିଖରେ ଅନୁଷ୍ଠିତ ହେବ। ଏହା ପରେ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ଫେବୃଆରୀ ୧୫ ତାରିଖରେ କଟକରେ ଖେଳାଯିବ। ଏହା ପରେ ବାକି ଦୁଇଟି ମ୍ୟାଚ୍ ଫେବୃଆରୀ ୧୮ ଓ ୨୦ ତାରିଖରେ ଯଥାକ୍ରମେ ବିଶାଖାପାଟଣା ଓ ଥିରୁବନନ୍ତପୁରମରେ ଖେଳାଯିବ।

ଏହା ପୂର୍ବରୁ ଶେଷଥର ଲାଗି ଡିସେମ୍ବର ୨୨, ୨୦୧୯ରେ ବାରବାଟୀରେ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ଖେଳାଯାଇଥିଲା। ସେତେବେଳେ ମଧ୍ୟ ଭାରତର ସାମ୍ନା ୱେଷ୍ଟଇଣ୍ଡିଜ୍ ସହ ହୋଇଥିଲା। ଏହି ମ୍ୟାଚରେ ଭାରତ ୪ ୱିକେଟରେ ବିଜୟୀ ହୋଇଥିଲା। ଏହାର ଦୁଇ ବର୍ଷ ପରେ ପୁଣିଥରେ ବାରବାଟୀକୁ ଅନ୍ତର୍ଜାତୀୟ ମ୍ୟାଚ୍ ଆୟୋଜନ ଦାୟିତ୍ୱ ମିଳୁଥିବାରୁ ଫ୍ୟାନଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳିଛି।

Advertisment

ବାରବାଟୀରେ ଏପର୍ଯ୍ୟନ୍ତ ମାତ୍ର ଦୁଇଟି ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଖେଳାଯାଇଛି। ୨୦୧୫, ଅକ୍ଟୋବର ୫ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଏଠାରେ ପ୍ରଥମ ଟି-୨୦ ମ୍ୟାଚ୍ ଖେଳାଯାଇଥିଲା। ହେଲେ ଏହି ମ୍ୟାଚରେ ଭାରତ ଶୋଚନୀୟ ପ୍ରଦର୍ଶନ କରି ଦକ୍ଷିଣ ଆଫ୍ରିକା ନିକଟରୁ ୬ ୱିକେଟରେ ପରାସ୍ତ ହୋଇଥିଲା। ଏହା ପରେ ୨୦୧୭ ମସିହା ଡିସେମ୍ବର ୨୦ ତାରିଖରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଟି-୨୦ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ତେବେ ଏହି ମ୍ୟାଚରେ ଭାରତ ଦମଦାର ପ୍ରଦର୍ଶନ କରି ୯୩ ରନରେ ବିଜୟ ଲାଭ କରିଥିଲା।

ବାରବାଟୀରେ ଭାରତ ୧୯ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍ ଖେଳିଛି, ଯେଉଁଥିରୁ ୧୩ଟିରେ ବିଜୟୀ ହୋଇଥିବା ବେଳେ ୪ଟିରେ ପରାସ୍ତ ହୋଇଛି। କିନ୍ତୁ ଦୁଇଟି ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଛି। ସେହିପରି ଏଠାରେ ଦୁଇଟି ଟେଷ୍ଟ ମ୍ୟାଚ୍ ମଧ୍ୟ ଖେଳାଯାଇଥିଲା, ଯେଉଁଥିରେ ଭାରତ ଗୋଟିଏରେ ବିଜୟୀ ହୋଇଥିବା ବେଳେ ଗୋଟିଏ ଡ୍ର’ ହୋଇଛି। ବାରବାଟୀରେ ଏଯାଏ ମାତ୍ର ଦୁଇଟି ଟି-୨୦ ମ୍ୟାଚର ଆୟୋଜନ ହୋଇଛି। ଏଥିରୁ ଭାରତ ଗୋଟିଏରେ ଜିତିଥିବା ବେଳେ ଗୋଟିଏରେ ହାରିଛି।

Indian Cricket Team Cricket
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe