Advertisment

କ୍ରିକେଟ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ପ୍ରେସମିଟ୍‌ରେ ଦଳ ଘୋଷଣା କଲେ ଚୟନ କମିଟି ଅଧ୍ୟକ୍ଷ ଅଜିତ ଅଗରକର ଓ ଅଧିନାୟକ ରୋହିତ ଶର୍ମା।

ଅଦ୍ୟତନ ହୋଇଛି
Rohit Sharma and Ajit AGARKAR

Rohit Sharma and Ajit AGARKAR

Advertisment

ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ୨୦୨୩ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି। ଭାରତୀୟ ପୁରୁଷ କ୍ରିକେଟ୍‌ ଟିମ୍‌ର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଓ ଅଧିନାୟକ ରୋହିତ ଶାର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ବିଶ୍ୱକପ୍‌ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛନ୍ତି।

Advertisment

ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ଏଥର ବିଶ୍ୱକପ୍ ଖେଳିବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ ଅଧିନାୟକ କରାଯାଇଛି। ଦଳରେ କେ.ଏଲ ରାହୁଲ ଓ ଶ୍ରେୟସ ଆୟର ସାମିଲ ହୋଇଥିବା ବେଳେ ସଞ୍ଜୁ ସାମସନ, ପ୍ରସିଦ୍ଧ କୃଷ୍ଣ ଓ ତିଲକ ବର୍ମାଙ୍କୁ ନିଆଯାଇନାହିଁ। ସେହିପରି ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ବିଶ୍ୱକପ ଦଳରେ ସ୍ଥାନ ପାଇନାହାନ୍ତି। 

ବିଶ୍ୱକପ୍‌ ଦଳରେ ସ୍ଥାନ ପାଇଥିବା ଖେଳାଳିମାନେ ହେଉଛନ୍ତି- ରୋହିତ ଶର୍ମା (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା (ଉପଅଧିନାୟକ), ବିରାଟ କୋହଲି, ଶୁବମନ ଗିଲ୍‌, ଈଶାନ କିଶନ, ଶ୍ରେୟସ ଆୟର, ଅକ୍ଷର ପଟେଲ, ଯଶପ୍ରୀତ ବୁମ୍ରା, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଲ ଠାକୁର,କେ.ଏଲ୍‌ ରାହୁଲ, କୁଲଦୀପ ଯାଦବ, ମହମ୍ମଦ ସାମି, ମହମ୍ମଦ ସିରାଜ ଓ ସୂର୍ଯ୍ୟକୁମାର ଯାଦବ।

Advertisment

ଏହି ଟିମ୍‌କୁ ନେଇ ରୋହିତ ଶର୍ମା କହିଛନ୍ତି- ଆମେ ତିନି ଜଣ ଅଲରାଉଣ୍ଡର, ୪ ଜଣ ସିମର ଓ ୭ ଜଣ ବ୍ୟାଟ୍ସମ୍ୟାନଙ୍କୁ ନେଇଛୁ। ଏହାଠୁ ଅଧିକ ଆମେ କିଛି କରିପାରିଥାଆନ୍ତୁ ବୋଲି ମୁଁ ଭାବୁନାହିଁ। ଆମେ ପାଖରେ ଥିବା ସମସ୍ତ ସାଧନକୁ ବିଚାରକୁ ନେଇ ଏହି ଦଳ ଗଠନ କରାଯାଇଛି।  

ଆଗାମୀ ଅକ୍ଟୋବର ୫ ତାରିଖରୁ ଭାରତରେ ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ ୨୦୨୩ ଆରମ୍ଭ ହେବ। ଏହା ନଭେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଦ୍‌ଘାଟନୀ ମ୍ୟାଚ୍ ଅକ୍ଟୋବର ୫ ତାରିଖରେ ଇଂଲଣ୍ଡ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଖେଳାଯିବ। ଏହା ଅହମଦାବାଦରେ ଅନୁଷ୍ଠିତ ହେବ। ଭାରତର ମ୍ୟାଚ୍ ଅକ୍ଟୋବର ୮ ତାରିଖରୁ ଆରମ୍ଭ ହେବ। ଦଳ ତା’ର ପ୍ରଥମ ମ୍ୟାଚ୍ ଚେନ୍ନାଇରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ଭାରତ ତା’ର ତୃତୀୟ ମ୍ୟାଚ୍‌ ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ଖେଳିବ। ଏହି ମ୍ୟାଚ୍ ଅକ୍ଟୋବର ୧୪ ତାରିଖରେ ଅହମଦାବାଦରେ ଖେଳାଯିବ।

Team India India ODI World Cup 2023 Squad
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe