Advertisment

ଗପ୍ଟିଲ ଓ ଚାପମ୍ୟାନଙ୍କ ରନ୍ ବର୍ଷା, ଭାରତକୁ ୧୬୫ ଟାର୍ଗେଟ୍

ଜୟପୁର: ମାର୍ଟିନ୍ ଗପ୍ଟିଲ୍ ଓ ମାର୍କ ଚାପମ୍ୟାନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ନ୍ୟୁଜିଲ୍ୟାଣ୍ଡ ଏଠାରେ ଖେଳାଯାଉଥିବା ଭାରତ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ୬ ୱିକେଟ୍ ହରାଇ ୧୬୪ ରନ କରିଛି। ଏଥିସହ କିୱି ଟିମ୍ ଭାରତ ଆଗରେ ୧୬୫ ରନର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ଛିଡ଼ା କରିଛି। ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଗପ୍ଟିଲ ୭୦ ଓ ଚାପମ୍ୟାନ୍ ୬୩ ରନର ଇନିଂସ୍ ଖେଳିଛନ୍ତି। ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ କ୍ୟାପଟେନ୍ ରୋହିତ୍ ଶର୍ମା ଟସ୍ […]

ଗପ୍ଟିଲ ଓ ଚାପମ୍ୟାନଙ୍କ ରନ୍ ବର୍ଷା, ଭାରତକୁ ୧୬୫ ଟାର୍ଗେଟ୍

guptill

Advertisment

ଜୟପୁର: ମାର୍ଟିନ୍ ଗପ୍ଟିଲ୍ ଓ ମାର୍କ ଚାପମ୍ୟାନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ନ୍ୟୁଜିଲ୍ୟାଣ୍ଡ ଏଠାରେ ଖେଳାଯାଉଥିବା ଭାରତ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ୬ ୱିକେଟ୍ ହରାଇ ୧୬୪ ରନ କରିଛି। ଏଥିସହ କିୱି ଟିମ୍ ଭାରତ ଆଗରେ ୧୬୫ ରନର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ଛିଡ଼ା କରିଛି। ନ୍ୟୁଜିଲ୍ୟାଣ୍ଡ ପକ୍ଷରୁ ଗପ୍ଟିଲ ୭୦ ଓ ଚାପମ୍ୟାନ୍ ୬୩ ରନର ଇନିଂସ୍ ଖେଳିଛନ୍ତି।

Advertisment

ସୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ କ୍ୟାପଟେନ୍ ରୋହିତ୍ ଶର୍ମା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପ୍ରଥମ ଓଭରର ତୃତୀୟ ବଲରେ ଭୁବନେଶ୍ୱର କୁମାର ନ୍ୟୁଜିଲ୍ୟାଣ୍ଡର ଇନଫର୍ମ ଓପ୍ନର ଡାରିଏଲ୍ ମିଚେଲ (୦)ଙ୍କୁ କ୍ଲିନ୍ ବୋଲ୍ଡ କରି ଭାରତକୁ ପ୍ରାରମ୍ଭିକ ସଫଳତା ଦେଇଥିଲେ। ଏହା ପରେ ଗପ୍ଟିଲଙ୍କ ସାଥ୍ ଦେବାକୁ ଆସିଥିଲେ ମାର୍କ ଚାପମ୍ୟାନ୍। ଦୁହେଁ ଦୃଢ଼ତାର ସହ ଭାରତୀୟ ବୋଲିଂ ଆଟାକକୁ ସାମ୍ନା କରିଥିଲେ।

ଗପ୍ଟିଲ ଓ ଚାପମ୍ୟାନ୍ ଦ୍ୱିତୀୟ ୱିକେଟ୍ ପାଇଁ ୧୦୯ ରନର ଶତକୀୟ ଭାଗିଦାରୀ କରି ନ୍ୟୁଜିଲ୍ୟାଣ୍ଡକୁ ବଡ଼ ସ୍କୋର ଅଭିମୁଖେ ନେଇଥିଲେ। ଚାପମ୍ୟାନ୍ ୪୫ ବଲରେ ଓ ଗପ୍ଟିଲ ୩୧ ବଲରେ ନିଜ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହି ସେଟ୍ ଯୋଡ଼ିବାକୁ ଭାଙ୍ଗିଲେ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ୍ ଅଶ୍ୱିନ୍। ଚାପମ୍ୟାନ୍ ୬୩ (୫୦ ବଲ୍, ୬ ଚୌକା, ୨ ଛକା) ରନ କରି ଅଶ୍ୱିନଙ୍କ ବଲରେ ବୋଲ୍ଡ ହୋଇଥିଲେ। ତାଙ୍କ ସ୍ଥାନ ପୂରଣ କରିବାକୁ ଆସିଥିବା ଗ୍ଲେନ୍ ଫିଲିପ୍ସ ମାତ୍ର ୩ ବଲର ସାମ୍ନା କରି ପ୍ୟାଭିଲିୟନ୍ ଫେରିଥିଲେ। ତାଙ୍କୁ ମଧ୍ୟ ଅଶ୍ୱିନ୍ ପ୍ୟାଭିଲିୟନ୍ ପଠାଇଥିଲେ।

Advertisment

ଏହା ପରେ ଗପ୍ଟିଲ ଦ୍ରୁତ ରନ୍ କରି ଦଳକୁ ମଜଭୁତ୍ ସ୍କୋର ଆଡ଼କୁ ନେଇଥିଲେ। କିନ୍ତୁ ଅଷ୍ଟାଦଶ ଓଭରରେ ଦୀପକ ଚହର ତାଙ୍କୁ ଆଉଟ୍ କରି ଭାରତକୁ ନିର୍ଣ୍ଣାୟକ ବ୍ରେକଥ୍ରୁ ଦେଇଥିଲେ। ଗପ୍ଟିଲ ୪୨ ବଲର ସାମ୍ନା କରି ୭୨ ରନ୍ କରିଥିଲେ, ଯେଉଁଥିରେ ୩ ଚୌକା ଓ ୪ ଛକା ସାମିଲ୍ ଥିଲା। ତାଙ୍କ ଆଉଟ୍ ପରେ ଭ୍ରମଣକାରୀ ଦଳର ରନ୍ ଗତି ହ୍ରାସ ପାଇଥିଲା। ଯେଉଁ କାରଣରୁ କିୱି ଟିମ୍ ୧୬୪ ରନ୍ କରିବାକୁ ସକ୍ଷମ ହୋଇଥିଲା। ନ୍ୟୁଜିଲ୍ୟାଣ୍ଡ ଶେଷ ୧୬ ବଲରେ ମାତ୍ର ୧୧ ରନ୍ କରିଥିଲା। ଟିମ୍ ସିଫର୍ଟ ୧୨ ଓ ରଚିନ୍ ରବୀନ୍ଦ୍ର ୭ ରନ୍ କରି ଆଉଟ୍ ହୋଇଥିବା ବେଳେ ମିଚେଲ୍ ସାଣ୍ଟନର୍ ୪ ରନ୍ କରି ଅପରାଜିତ ଥିଲେ। ଭାରତ ପକ୍ଷରୁ ଭୁବନେଶ୍ୱର କୁମାର ଓ ଅଶ୍ୱିନ୍ ୨ଟି ଲେଖାଏ ୱିକେଟ୍ ନେଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe