Advertisment

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବନି ଟିମ୍ ଇଣ୍ଡିଆ!

ଏସିଆ କପ୍ ଭଳି ପାକିସ୍ତାନ ବାହାରେ ଶ୍ରୀଲଙ୍କା କିମ୍ବା ୟୁଏଇରେ ଚାମ୍ପିଅନ୍ସ ଟ୍ରଫି ଆୟୋଜନ କରିବାକୁ ଅପିଲ୍ କରିପାରେ BCCI।

author-image
Debibandita Barick
ଅଦ୍ୟତନ ହୋଇଛି
India And Pakistan Caption

India And Pakistan Caption

ଚାମ୍ପିଆନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବନି ଟିମ୍ ଇଣ୍ଡିଆ। ପାକିସ୍ତାନ ବାହାରେ ମ୍ୟାଚ୍ ଆୟୋଜନ କରିବାକୁ ଅପିଲ୍ କରିବ BCCI। ଦୁବାଇ କିମ୍ବା ଶ୍ରୀଲଙ୍କାରେ ମ୍ୟାଚ୍ ଆୟୋଜନ ହେବାର ସମ୍ଭାବନା ରହିଛି।

Advertisment

ଖବର ସରବରାହ ସଂସ୍ଥା ANI ସୂଚନା ଅନୁସାରେ, ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ଭାରତୀୟ ଟିମ୍ ପାକିସ୍ତାନ ଯାଇନପାରେ। BCCI ଟିମ୍ ଇଣ୍ଡିଆକୁ ପାକିସ୍ତାନ ପଠାଇବାକୁ ରାଜି ନଥିବାରୁ ଅନ୍ୟ କେଉଁଠାରେ ମ୍ୟାଚ୍ ଆୟୋଜନ ହେବାର ସମ୍ବାବନା ରହିଛି। ଏନେଇ ଖୁବ୍ ଶୀଘ୍ର ICCକୁ ଅପିଲ କରିପାରେ BCCI। 

2025ରୁ ଚମ୍ପିଆନ୍ସ ଟ୍ରଫି ଆରମ୍ଭ ହେବ। ପାକିସ୍ତାନ ଆୟୋଜକ ଥିବାରୁ ଏଠାରେ ସମସ୍ତ ମ୍ୟାଚ୍ ଅନୁଷ୍ଠିତ ହେବ। ଏନେଇ ପାକିସ୍ତାନ କ୍ରିକେଟ ବୋର୍ଡ(PCB) ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ICC)କୁ ମ୍ୟାଚ୍ କାର୍ଯ୍ୟସୂଚିର ଏକ ଚିଠା ପଠାଇଛି। 

Advertisment

PCB କାର୍ଯ୍ୟସୂଚି ଅନୁସାରେ ସମସ୍ତ ୧୫ଟି ମ୍ୟାଚ୍ ପାକିସ୍ତାନରେ ଖେଳାଯିବ। ୭ଟି ମ୍ୟାଚ୍ ଲାହୋର, ତିନୋଟି କରାଚି ଏବଂ ପାଞ୍ଚଟି ରାୱଲପିଣ୍ଡିରେ ଖେଳାଯିବାକୁ ଥିବାବେଳେ କରାଚିରେ ଉଦଘାଟନୀ ମ୍ୟାଚ୍ ଅନୁଷ୍ଠିତ ହେବ। 

ତେବେ ମାର୍ଚ୍ଚ ୧ରେ ଲାହୋରରେ ଦୁଇ ଚିର ପ୍ରତିଦ୍ୱନ୍ଦ୍ୱି ଭାରତ-ପାକିସ୍ତାନ ମ୍ୟାଚ୍ ରହିଛି। କିନ୍ତୁ ବିସିସିଆଇ ପକ୍ଷରୁ ଟିମ୍ ଇଣ୍ଡିଆକୁ ସେଠାକୁ ପଠାଇବାକୁ ନେଇ କୌଣସି ସ୍ପଷ୍ଟୀକରଣ ଦିଆଯାଇ ନାହିଁ। ଭାରତ ଏସିଆ କପ୍ ଭଳି ପାକିସ୍ତାନ ବାହାରେ ଶ୍ରୀଲଙ୍କା କିମ୍ବା ୟୁଏଇରେ ମ୍ୟାଚ୍ ଆୟୋଜନ କରିବାକୁ ଅପିଲ୍ କରିବାର ସମ୍ଭାବନା ରହିଛି।

Bcci Indian Cricket Team ICC Team India PCB Champions Trophy