Advertisment

ବାରବାଟୀରେ ଭାରତ-ଇଂଲଣ୍ଡ ଲଢ଼େଇ, ଟିକେଟ ମୂଲ୍ୟ ଧାର୍ଯ୍ୟ କଲା ଓସିଏ

ସିଏ ସମ୍ମିଳନୀ କକ୍ଷରେ ଆଜି ବସିଥିବା ସ୍ୱତନ୍ତ୍ର ସାଧାରଣ ପରିଷଦ ବୈଠକର ଟିକେଟ ମୂଲ୍ୟ ଧାର୍ଯ୍ୟ କରାଯାଇଛି।

Barabati Stadium

Barabati Stadium

Advertisment

୨୦୨୫ ଫେବ୍ରୁଆରୀ ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ ପାଇଁ ଟିକେଟ ମୂଲ୍ୟ ଧାର୍ଯ୍ୟ କଲା ଓଡ଼ିଶା କ୍ରିକେଟ ଆସୋସିଏସନ ବା ଓସିଏ। ଓସିଏ ସମ୍ମିଳନୀ କକ୍ଷରେ ଆଜି ବସିଥିବା ସ୍ୱତନ୍ତ୍ର ସାଧାରଣ ପରିଷଦ ବୈଠକର ଟିକେଟ ମୂଲ୍ୟ ଧାର୍ଯ୍ୟ କରାଯାଇଛି।

Advertisment

ଗ୍ୟାଲେରୀ ନମ୍ବର ୧ ପାଇଁ ଟିକେଟର ମୂଲ୍ୟ ୧୨୦୦ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ୨ ପାଇଁ ୧୦୦୦, ୩ ପାଇଁ ୧୨୦୦, ୪ ପାଇଁ ୧୦୦୦, ୫ ପାଇଁ ୧୫୦୦, ୬ ପାଇଁ ୧୨୦୦ ଓ ୭ ନମ୍ବର ଗ୍ୟାଲେରୀ ପାଇଁ ୮୦୦ ଟଙ୍କା ଧାର୍ଯ୍ୟ କରାଯାଇଛି।

ସେହିପରି ସ୍ପେଶାଲ ଏନ୍‌କ୍ଲୋଜର ପାଇଁ ଟିକେଟର ମୂଲ୍ୟ ୭୦୦୦ ଟଙ୍କା ରହିଥିବା ବେଳେ ଏସି ଗ୍ୟାଲେରୀ ବକ୍ସ ପାଇଁ ୯୦୦୦ ଟଙ୍କା, କର୍ପୋରେଟ ବକ୍ସ ପାଇଁ ୨୦ ହଜାର ଟଙ୍କା ଓ ନ୍ୟୁ ପ୍ୟାଭିଲିୟନ ପାଇଁ ଟିକେଟର ଦାମ ୧୦ ହଜାର ଟଙ୍କା ଧାର୍ଯ୍ୟ କରାଯାଇଛି।

Advertisment

ବାରବାଟୀ ଷ୍ଟାଡିୟମର ସିଟ୍ କ୍ଷମତା ୪୪ ହଜାର ୫୨୪ ରହିଛି ବୋଲି ଓସିଏ ପକ୍ଷରୁ ଜାରି କରାଯାଇଥିବା ପ୍ରେସ୍ ରିଲିଜ୍‌ରେ କୁହାଯାଇଛି।

ତେବେ ଗତ ମ୍ୟାଚ ଅପେକ୍ଷା ଏହି ମ୍ୟାଚ ପାଇଁ ଟିକେଟ ଦରରେ ଯଥେଷ୍ଟ ବୃଦ୍ଧି କରାଯାଇଛି। ଆଜିର ବୈଠକରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା, ଉପସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନଙ୍କ ସହ ଓସିଏ କର୍ମକର୍ତ୍ତା ଯୋଗ ଦେଇଥିଲେ।

INDvsENG Barabati Stadium
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe