କୋଲକାତା: ଆଇପିଏଲରେ ଡେଭିଡ ୱାର୍ଣ୍ଣରଙ୍କ ଜଦରଦସ୍ତ ପ୍ରତ୍ୟାବର୍ତ୍ତନ କରିଛନ୍ତି। ସନରାଇଜର୍ସ ହାଇଦ୍ରାଦାବ ପକ୍ଷରୁ ଖେଳୁଥିବା ୱାର୍ଣ୍ଣର ରବିବାର କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚରେ ଅର୍ଦ୍ଧଶତକ ମାରି ନିଜର ଦାବିବାର ଦେଖାଇଛନ୍ତି। ସେ ମାତ୍ର ୩୧ ବଲରେ ଆଇପିଏଲରେ ନିଜର ୩୭ତମ ଅର୍ଦ୍ଧଶତକ ହାସଲ କରିଛନ୍ତି।
ରବିବାର ଆଇପିଏଲର ଦ୍ୱିତୀୟ ମ୍ୟାଚରେ ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ବଲ ଟ୍ୟାମ୍ପରିଂ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ ବର୍ଷକ ପାଇଁ ବାସନ୍ଦ ହୋଇଥିବା ୱାର୍ଣ୍ଣର ଗତ ବର୍ଷ ଆଇପିଏଲ ଖେଳିବାରୁ ବଞ୍ଚିତ ହୋଇଥିଲେ। କିନ୍ତୁ ଏଥର ନିଜର ପ୍ରତ୍ୟାବର୍ତ୍ତନରେ ୱାର୍ଣ୍ଣର ଧମାକା କରିଛନ୍ତି।
ତାଙ୍କ ସହ ଓପନିଂ କରିବାକୁ ଆସିଥିବା ଇଂଲିଶ ବ୍ୟାଟ୍ସମ୍ୟାନ୍ ଜନ୍ନି ବେୟାରଷ୍ଟୋ ଭଲ ବ୍ୟାଟିଂ କରିଥିଲେ ହେଁ, ବଡ଼ ସ୍କୋର କରିବାକୁ ସକ୍ଷମ ହୋଇନାହାନ୍ତି। ସୂଚନାଯୋଗ୍ୟ, ୱାର୍ଣ୍ଣରଙ୍କ ନେତୃତ୍ୱରେ ସନରାଇଜର୍ସ ହାଇଦ୍ରାଦାବ ୨୦୧୬ରେ ଟାଇଟଲ ଜିତିଥିଲା। ୨୦୧୭ ସିଜନରେ ସେ ୧୪ ମ୍ୟାଚରୁ ୬୪୧ ରନ୍ କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
National
ଏଥର ବି ସାଧାରଣତନ୍ତ୍ର ଦିବସରେ ଦିଶିବନି ଦିଲ୍ଲୀର ପ୍ରଜ୍ଞାପନ ମେଢ଼
ଏହାକୁ ମିଶାଇ ୪ର୍ଥ ଥର ପାଇଁ ଦେଶର ରାଜଧାନୀ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ସାଧାରଣତନ୍ତ୍ର ଦିବସ ପ୍ୟାରେଡରେ ପ୍ରଦର୍ଶିତ କରିବାକୁ ଅନୁମତି ମିଳିନାହିଁ।
Politics
ବିଭାଗ ବଣ୍ଟନକୁ ନେଇ ମହାୟୁତି ମେଣ୍ଟରେ ଅସନ୍ତୋଷ, ସ୍ୱୀକାର କଲେ ଅଜିତ ପାୱାର
ଶନିବାର ରାତିରେ ମହାରାଷ୍ଟ୍ର ସରକାରରେ ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ ହୋଇଛି। ମନ୍ତ୍ରୀଙ୍କ ସଂଖ୍ୟା ଅଧିକ ଥିବାରୁ ସମସ୍ତଙ୍କୁ ଗୋଟିଏ ଲେଖାଏଁ ବିଭାଗ ଦେବାକୁ ପଡ଼ିଲା ବୋଲି କହିଲେ ଅଜିତ ପାୱାର।
National
ଅଲ୍ଲୁ ଅର୍ଜୁନଙ୍କ ଘର ଆଗରେ ବିକ୍ଷୋଭ ଓ ଭଙ୍ଗାରୁଜା, ୮ ଗିରଫ
ବିକ୍ଷୋଭକାରୀ ଅଲ୍ଲୁ ଅର୍ଜୁନଙ୍କ ବାସଭବନରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ୮ ଜଣଙ୍କୁ ଉଠାଇ ନେଇଛି ପୁଲିସ।
National
ବିଷ ବଳୟରେ ରାଜଧାନୀ; ‘ସିଭିୟର’ ସ୍ଥିତିରେ ବାୟୁ ପ୍ରଦୂଷଣ
ରବିବାର ଦିନ ୩ଟା ସୁଦ୍ଧା ବାୟୁ ଗୁଣବତ୍ତା ସୂଚକାଙ୍କ ୪୦୬ରେ ପହଞ୍ଚିଛି। ୧୬ ଡିସେମ୍ବର ରାତିରୁ ଲାଗୁ ହୋଇଛି ଗ୍ରାପ-୪ କଟକଣା।