ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଟେଷ୍ଟ ଦିଲ୍ଲୀ କୋଟଲାରେ ଆୟୋଜନ କରିବା କେତେ ଦୂର ଠିକ୍ ଥିଲା ତାର ତଦନ୍ତ କରିବ ଏକ ମେଡିକାଲ୍ ଟିମ୍। ଆଇସିସି ପକ୍ଷରୁ ଏହା କୁହାଯାଇଛି ଆସନ୍ତା ଫେବୃଆରୀରେ ଆଇସିସି ବୈଠକରେ ଏ ସଂକ୍ରାନ୍ତରେ ସଂପୂର୍ଣ୍ଣ ଆଲୋଚନା ହେବ। ଏଥିସହ ମ୍ୟାଚ୍ ଆୟୋଜନ ପୂର୍ବରୁ ପରିବେଶକୁ ନେଇ ନୂଆ ଗାଇଡ ଲାଇନ୍ ଜାରି କରିପାରେ ମେଡିକାଲ ଟିମ୍। ଯାହାଫଳରେ କୋଟଲାରେ ମ୍ୟାଚ ଆୟୋଜନ ନେଇ ପୁଣି ଆଶଙ୍କା ସୃଷ୍ଟି ହୋଇଛି। ଅନ୍ତିମ ଟେଷ୍ଟରେ ଶ୍ରୀଲଙ୍କା ଖେଳାଳିମାନେ ଦିଲ୍ଲୀ ପ୍ରଦୂଷଣକୁ ନେଇ ପଡ଼ିଆରେ ଅସୁସ୍ଥ ଅନୁଭବ କରିଥିଲେ। ଯାହାକୁ ନେଇ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ବିସିସିଆଇକୁ ଜବାବ ମାଗିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।