ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଟିମ୍ ଇଣ୍ଡିଆ ଓପ୍ନର ଶିଖର ଧାୱନ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ତିନୋଟି ଦିନିକିଆ ମ୍ୟାଚରେ ଖେଳିବେନି। ତାଙ୍କ ସ୍ତ୍ରୀ ଆଏଶାଙ୍କ ଦେହ ଖରାପ ଥିବାରୁ ସେ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ ବିସିସିଆଇକୁ ନଖେଳିବା ଲାଗି ଅନୁରୋଧ କରିଛନ୍ତି। ବିସିସିଆଇର ଜାତୀୟ ମନୋନୟନ କମିଟି ମଧ୍ୟ ଧାୱନଙ୍କ ନିବେଦନରେ ସହମତି ପ୍ରକାଶ କରିଛି। ତେବେ ତାଙ୍କ ସ୍ଥାନରେ ଆଉ କୌଣସି ଖେଳାଳିଙ୍କ ନାଁ ଘୋଷଣା ନକରିବାର ନିଷ୍ପତ୍ତି ନେଇଛି ବିସିସିଆଇ। ଧାୱନ ଗତ ଶ୍ରୀଲଙ୍କା ସିରିଜରେ ମଧ୍ୟ ତାଙ୍କ ଅସୁସ୍ଥ ମାଙ୍କ ଦେଖାଶୁଣା ପାଇଁ ଶେଷ ଦିନିକିଆ ଏବଂ ଟି-୨୦ ମ୍ୟାଚ ଖେଳିବାରୁ ବଞ୍ଚିତ ହୋଇଥିଲେ। ଧାୱନ ଚାମ୍ପିଅନ୍ସ ଟ୍ରଫି ପରଠୁ ଜବରଦସ୍ତ ଫର୍ମରେ ଅଛନ୍ତି। ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜରେ ଭାରତ ପକ୍ଷରୁ ସର୍ବାଧିକ ୩୫୮ ରନ୍ ଏବଂ ପ୍ରଥମ ଦିନିକିଆରେ ୧୩୨ ରନ୍ କରିଥିଲେ। ଏପରି ସ୍ଥିତିରେ ଟିମ୍ ଇଣ୍ଡିଆର ଚିନ୍ତା ଏବେ ବଢ଼ି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।