ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଆସନ୍ତା ନଭେମ୍ବର ୧ ତାରିଖ ଦିନ ନ୍ୟୁଜିଲାଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟି ହେବ ଆଶିଷ ନେହେରାଙ୍କ ଜୀବନର ଶେଷ ମ୍ୟାଚ୍। ଏହାପରେ ସେ ଅନ୍ତର୍ଜାତୀୟ ମ୍ୟାଚରୁ ସନ୍ୟାସ ନେବେ। ଦୀର୍ଘ ୨୦ ବର୍ଷ ଅନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟର ଭିତରେ ନେହେରା ଅନେକ ଥର ଟିମ୍ ଇଣ୍ଡିଆକୁ ଜିତାଇଛନ୍ତି। ତାଙ୍କର ଦଳରେ ଅନେକ ଅଭିଜ୍ଞତା ରହିଛି। ନିକଟରେ ନେହେରାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି। ଟିମ୍ ଇଣ୍ଡିରେ ତାଙ୍କର ୨୦ ବର୍ଷ କ୍ୟାରିୟର ମଧ୍ୟରେ ଅଜୟ ଜାଡେଜା ଓ ଧୋନିଙ୍କୁ ଭଦ୍ର ଖେଳାଳି ଭାବେ ସେ କହିଛନ୍ତି। ନେହେରା ଏହାମଧ୍ୟ କହିଛନ୍ତି, ଭାରତର କୋଚ ଜନ୍ ରାଇଟ୍ ଥିବାବେଳେ ସେ ଭଲ ବୋଲିଂ କରିଥିଲେ ହେଲେ ଚାପେଲ ଯେତେବେଳେ ଭାରତର କୋଚ୍ ହେଲେ ସେତେବେଳେ ତାଙ୍କର ଖରାପ ସମୟ ଚାଲିଥିଲା ବୋଲି ନେହାର କହିଛନ୍ତି। କେବଳ ନିଜେ ନୁହେଁ ଭାରତୀୟ ଟିମ୍ ମଧ୍ୟ ଚାପେଲଙ୍କ ସମୟରେ ଖରାପ ପଦର୍ଶନ କରିଥିଲା। କ୍ରିକେଟରୁ ସନ୍ୟାସ ପରେ ଏବେ କୋଚିଂରେ କୌଣସି ଇଛା ନାହିଁ ବୋଲି ସେ କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।