ମୁମ୍ବାଇ (ଓଡ଼ିଶା ରିପୋର୍ଟର): ଭାରତୀୟ କ୍ରିକେଟ୍ ଟିମର ୱିକେଟ୍ କିପର ଏମଏସ୍ ଧୋନୀ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଦିନିକିଆରେ ସେ ଏହି ରେକର୍ଡର ଅଧିକାରୀ ହୋଇଛନ୍ତି। ଧୋନୀ ଦିନିକିଆ କ୍ରିକେଟ୍ରେ ୯୯ଟି ଷ୍ଟମ୍ପିଂ କରି ଶ୍ରୀଲଙ୍କାର କୁମାର ସାଙ୍ଗାକାରାଙ୍କ ରେକର୍ଡ ସହ ସମକକ୍ଷ ହୋଇଛନ୍ତି। କୁମାର ସାଙ୍ଗାକାରା ମଧ୍ୟ ଦିନିକିଆରେ ୯୯ଟି ଷ୍ଟମ୍ପିଂ କରିଛନ୍ତି।
ଗୁରୁବାର ଶ୍ରୀଲଙ୍କା ବିପକ୍ଷରେ ଧୋନୀ ନିଜର ୨୯୮ ଦିନିକିଆ ମ୍ୟାଚ୍ ଖେଳୁଥିବା ସମୟରେ ସେ ଏହି ରେକର୍ଡ କରିଛନ୍ତି। ଧୋନୀ ଏପର୍ଯ଼୍ୟନ୍ତ ୯୯ଟି ଷ୍ଟମ୍ପିଂ କରି ରେକର୍ଡ କରିଥିଲେ ମଧ୍ୟ ସବୁଠୁ ଅଧିକ ୱିକେଟ୍ ସେ ଶ୍ରୀଲଙ୍କା ବିପକ୍ଷରେ ନେଇଛନ୍ତି। ଶ୍ରୀଲଙ୍କା ବିପକ୍ଷରେ ଧୋନୀ ୨୧ଟି, ଇଂଲଣ୍ଡ ବିପକ୍ଷରେ ୧୬ଟି , ଅଷ୍ଟ୍ରେଲିଆ ଓ ୱେଷ୍ଟଇଣ୍ଡିଜ ବିପକ୍ଷରେ ଧୋନୀ ୧୨ଟି ଲେଖାଏଁ ଷ୍ଟମ୍ପି କରିଛନ୍ତି। ସେହିପରି ଧୋନୀ ହରଭଜନ ସିଂହଙ୍କ ବୋଲିଂ ବେଳେ ସର୍ବାଧିକ ୧୯ଥର ଷ୍ଟମ୍ପିଂ କରିଥିବା ସହ ରବିନ୍ଦ୍ର ଜାଡେଜାଙ୍କ ବଲରେ ୧୫ଟି ଓ ଅଶ୍ୱିନୀଙ୍କ ବଲରେ ୧୪ଟି ଷ୍ଟମ୍ପିଂ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।