Advertisment

ଡୋପ୍ ଟେଷ୍ଟରେ ଦୂତୀ ଚାନ୍ଦ ଫେଲ୍‌ ; ୪ ବର୍ଷ ପାଇଁ ବାସନ୍ଦ

ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ୍‌ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଛି ।

Dutee Chand

Dutee Chand

Advertisment

ଆଥଲେଟ୍ ଦୁତି ଚାନ୍ଦ ୪ ବର୍ଷ ପାଇଁ ବାସନ୍ଦ। ଡୋପ୍ ଟେଷ୍ଟରେ ଫେଲ ମାରିବା ପରେ ଦୂତୀଙ୍କ ଉପରେ ଲାଗିଛି ୪ ବର୍ଷର ବ୍ୟାନ୍ । କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି।

Advertisment

ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ୍‌ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଛି । ଡିସେମ୍ବର ୫ ୨୦୨୨ରେ ଦୂତୀଙ୍କ ନମୂନା ସଂଗ୍ରହ କରାଯାଇଥିବାରୁ ଏହା ପରେ ଦୂତି କ୍ରୀଡ଼ାରେ ହାସଲ କରିଥିବା ସମସ୍ତ ରେକର୍ଡ, ମେଡାଲ, ପୁରସ୍କାର ଏବଂ ପଏଣ୍ଟସକୁ ଖାରଜ କରିଛି ନାଡା।

୩ ଜାନୁଆରୀ ୨୦୨୩ଠାରୁ ଦୂତିଙ୍କ ଉପରେ ଏହି କଟକଣା ଲାଗୁ କରାଯାଇଛି। ଆସନ୍ତା ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ ଏହି ବ୍ୟାନ ବଳବତ୍ତର ରହିବ। ଡୋପିଂ ନିରୋଧ ଆଇନକୁ ନେଇ ଶୃଙ୍ଖଳାଗତ କମିଟି ଏହି ନିଷ୍ପତ୍ତି ନେଇଛି ।

Advertisment

ନାଡାର ଦଣ୍ଡବିଧାନ ଧାରା ୨.୧ ଓ ୨.୨ ଅନୁସାରେ ଦୂତିଙ୍କ ବିରୋଧରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଦଣ୍ଡାଦେଶ ହେବାର ୨୧ ଦିନ ମଧ୍ୟରେ ଦୂତି ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ ADAP ନିକଟରେ ପୁନଃ ବିଚାର ପାଇଁ ଆବେଦନ କରିପାରିବେ ।

ଏଡିଡିପି ଆଗରେ ଶୁଣାଣି ସମୟରେ ଯଦିଓ ଦୂତି ନିଷିଦ୍ଧ ଔଷଧ ସେବନକୁ ସ୍ୱୀକାର କରିଥିଲେ କିନ୍ତୁ ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିପାରିନଥିଲେ। ତାଙ୍କ ଫିଜିଓଥେରାପିଷ୍ଟଙ୍କ ପରାମର୍ଶକ୍ରମେ ଔଷଧ ସେବନ କରିଥିବା ବେଳେ ତାହାର ଲେଭଲ୍‌କୁ ଯାଞ୍ଚ କରିନ ନ ଥିବା କହିଥିଲେ। ଏହାଫଳରେ ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଧାରା ୨.୧ ଓ ୨.୨ କୁ ଉଲଂଘନ କରିଥିବା ସ୍ପଷ୍ଟ ହୋଇଥିଲା। ଏଥିପାଇଁ ତାଙ୍କୁ ୪ ବର୍ଷ ପାଇଁ ବାସନ୍ଦ କରାଯାଇଥିବା ସୂଚନା ଦିଆଯାଇଛି।

ଉଲ୍ଲେଖଯୋଗ୍ୟ, ଗତବର୍ଷ ଡିସେମ୍ବର ୫ ଓ ୨୬ ତାରିଖରେ ନାଡାର ଡୋପ୍‌ ନିୟନ୍ତ୍ରକ ଅଧିକାରୀଙ୍କ ଦ୍ୱାରା ଭୁବନେଶ୍ବରରେ ଦୁଇଥର ଦୂତିଙ୍କର ପରୀକ୍ଷା କରାଯାଇଛି। ପ୍ରଥମ ନମୁନାରେ ନିଷିଦ୍ଧ ଔଷଧ ଆଣ୍ଡାରିନ୍‌, ଓଷ୍ଟାରିନ୍‌ ଓ ଲିଗାଣ୍ଡ୍ରୋଲ୍‌ ଆସିଥିଲା ବେଳେ ଦ୍ୱିତୀୟ ନମୁନାରେ ଆଣ୍ଡାରିନ୍‌ ଓ ଓଷ୍ଟାରିନ୍‌ ଥିବା ସ୍ପଷ୍ଟ ହୋଇଥିଲା।

ଏହାଫଳରେ ଦୂତିଙ୍କ ପାଖରେ ଆଡଭର୍ସ ଆନାଲିଟିକାଲ୍‌ ଫାଇଣ୍ଡିଂ (ଏଏଏଫ୍‌) ନୋଟିସ୍‌ ପାଇବାର ୭ ଦିନ ମଧ୍ୟରେ ବି’ ନମୁନା ପରୀକ୍ଷା ପାଇଁ ସମୟ ରହିଥିଲା। ହେଲେ ଦୂତୀ ଏହି ପରୀକ୍ଷା ପାଇଁ ଆଗ୍ରହ ଦେଖାଇନଥିଲେ। ଯେଉଁଥିପାଇଁ ତାଙ୍କ ଉପରେ ନାଡା ନିୟମ ଅନୁସାରେ ବାସନ୍ଦାଦେଶ ଲାଗୁ କରାଯାଇଛି।

‌Dutee Chand
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe