ନୂଆଦିଲ୍ଲୀ: ନିକଟରେ ବେଲଜିୟମରେ ଶେଷ ହୋଇଥିବା ଏଫଆଇଏଚ ୱାର୍ଲ୍ଡ ଲିଗ ସେମିଫାନାଲ୍ସରେ ଭାରତର ଉଭୟ ଜାତୀୟ ମହିଳା ଓ ପୁରୁଷ ହକି ଟିମର ପ୍ରଦର୍ଶନର ମୂଲ୍ୟାଙ୍କନ କରିବ ହକି ଇଣ୍ଡିଆ। ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ରିଓ ଅଲିମ୍ପିକ ପାଇଁ ପ୍ରସ୍ତୁତି ପରିପ୍ରେକ୍ଷୀରେ ଏହି ମୂଲ୍ୟାଙ୍କନ କରିବ ହକି ଇଣ୍ଡିଆ। ଏଥିପାଇଁ ଚଳିତ ମାସ ପ୍ରାରମ୍ଭରେ ହକି ଇଣ୍ଡିଆ ସଭାପତି ନରିନ୍ଦର ଧ୍ରୁବ ବାତ୍ରା ଏକ ସ୍ୱତନ୍ତ୍ର କମିଟି ଗଠନ କରିଛନ୍ତି। ଏହି କମିଟିରେ ପୂର୍ବତନ ଅଲିମ୍ପିକ୍ ଓ ଅନ୍ତର୍ଜାତୀୟ ସ୍ତରର ଖେଳାଳି ରହିଛନ୍ତି। ହରିବିନ୍ଦର ସିଂ ଏହାର ଅଧ୍ୟକ୍ଷ ରହିଛନ୍ତି। ଜୁଲାଇ ୨୪ ତାରିଖରେ ଏହି କମିଟିର ବୈଠକ ବସିବ। ଏଥିରେ କମିଟି ୱାର୍ଲ୍ଡ ଲିଗ୍ ସେମିଫାନାଲ୍ସରେ ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରଦର୍ଶନ ସମ୍ପର୍କରେ ସମୀକ୍ଷା କରିବେ। ଏହାପରେ ହକି ଇଣ୍ଡିଆକୁ ମତାମତ ଓ ସୁପାରିଶ ଦେବେ। ଏହାପରେ ହକି ଇଣ୍ଡିଆ ୨୦୧୬ ରିଓ ଅଲିମ୍ପିକ ଗେମ୍ସ ପାଇଁ ଉଭୟ ପୁରୁଷ ଓ ମହିଳା ଜାତୀୟ ହକି ଟିମର ପ୍ରସ୍ତୁତି ସମ୍ପର୍କରେ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତି କରିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।