ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଡ୍ରିବଲିଂ, ପାସିଂ ଏବଂ ସୁଟିଂ। ହକିର ଏହି ସବୁ କୌଶଳ ଶିଖୁଥିବା ଭୁବନେଶ୍ୱର କ୍ରୀଡ଼ା ଛାତ୍ରାବାସର ପ୍ରଶିକ୍ଷାର୍ଥୀ ହକିକୁ କ୍ୟାରିୟର ଭାବେ ବାଛିଛନ୍ତି। ସ୍ୱପ୍ନ ଅଛି ଦିନେ ନା ଦିନେ ଭାରତ ପାଇଁ ପ୍ରତିନିଧିତ୍ୱ କରି ଅନ୍ତର୍ଜାତୀୟ ମ୍ୟାଚ ଖେଳିବା। କଳିଙ୍ଗ ଷ୍ଟାଡ଼ିୟମରେ ହେବାକୁ ଥିବା ହକି ବିଶ୍ୱଲିଗ ଫାଇନାଲସ ଖେଳ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ଏମାନେ। ବିଶ୍ୱ ସ୍ତରୀୟ ଟୁର୍ଣ୍ଣାମେଣ୍ଟରେ ଟେକ୍ନିକ୍, ଟ୍ରିକସ, ଗେମ ପ୍ଲାନିଂ ଦେଖିଲେ ସେସବୁ ତାଙ୍କ କ୍ରୀଡା କ୍ୟାରିୟରକୁ ସାହାଯ୍ୟ କରିବ ବୋଲି ଆଶା କରିଛନ୍ତି ଏହି ଖେଳାଳିମାନେ।
ବିଭିନ୍ନ ଟିମ୍ ଭୁବନେଶ୍ୱରରେ ପହଞ୍ଚିଲେ ସେମାନଙ୍କ କିଟ୍ ବ୍ୟାଗ ଆଣିବାକୁ କିଛି ହକି ଖେଳାଳିଙ୍କୁ ମନୋନୀତ କରାଯାଇଛି। କେବଳ ସେତିକ ନୁହେଁ ଭୁବନେଶ୍ୱର କ୍ରୀଡାଛାତ୍ରବାସରେ ପ୍ରଶିକ୍ଷାର୍ଥୀ ଆଉ କିଛି ଖେଳାଳି ବଲ ବୟ ଭାବେ ମଧ୍ୟ ମନୋନୀତ ହୋଇଛନ୍ତି। ବିଦେଶୀ ଖେଳାଳିଙ୍କୁ ଅତି ପାଖରେ ପାଇ ସେମାନଙ୍କ ଠାରୁ ଟିପ୍ସ ନେବେ, ଟେକନିକ ଶିଖିବେ ବୋଲି ଆଶା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।