Advertisment

ଅଲିମ୍ପିକ୍ସରେ ହକି ଟିମ୍‌ର ଉପ ଅଧିନାୟକ ହେଲେ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା

ନୂଆଦିଲ୍ଲୀ: ପୁଣିଥରେ ଜାତୀୟ ପୁରୁଷ ହକି ଟିମ୍‌ରେ ଓଡ଼ିଆଙ୍କ ଦବଦବା ଦେଖିବାକୁ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ଖେଳିବାକୁ ଥିବା ଭାରତୀୟ ପୁରୁଷ ହକି ଟିମ୍‌ର ଉପ ଅଧିନାୟକ ହୋଇଛନ୍ତି ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା। ଲାକ୍ରା ଓ ହରମନପ୍ରୀତି ସିଂହ ଟୁର୍ଣ୍ଣାମେଣ୍ଟରେ ଉପ ଅଧିନାୟକ ଦାୟତ୍ୱ ତୁଲାଇବେ ବୋଲି ଆଜି ହକି ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି। Manpreet Singh to lead the Indian Men's Hockey Team's #Tokyo2020 campaign, alongside Birendra Lakra […]

ଅଦ୍ୟତନ ହୋଇଛି
ଅଲିମ୍ପିକ୍ସରେ ହକି ଟିମ୍‌ର ଉପ ଅଧିନାୟକ ହେଲେ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା

bir

Advertisment

ନୂଆଦିଲ୍ଲୀ: ପୁଣିଥରେ ଜାତୀୟ ପୁରୁଷ ହକି ଟିମ୍‌ରେ ଓଡ଼ିଆଙ୍କ ଦବଦବା ଦେଖିବାକୁ ମିଳିଛି। ଟୋକିଓ ଅଲିମ୍ପିକ୍ସରେ ଖେଳିବାକୁ ଥିବା ଭାରତୀୟ ପୁରୁଷ ହକି ଟିମ୍‌ର ଉପ ଅଧିନାୟକ ହୋଇଛନ୍ତି ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା। ଲାକ୍ରା ଓ ହରମନପ୍ରୀତି ସିଂହ ଟୁର୍ଣ୍ଣାମେଣ୍ଟରେ ଉପ ଅଧିନାୟକ ଦାୟତ୍ୱ ତୁଲାଇବେ ବୋଲି ଆଜି ହକି ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି।

Advertisment

https://twitter.com/TheHockeyIndia/status/1407232288732053506?s=20
ପୂର୍ବଭଳି ମନପ୍ରୀତ ସିଂହ ପୁରୁଷ ଦଳର ଅଧିନାୟକ ପଦ ଦାୟିତ୍ୱରେ ରହିଛନ୍ତି। ଟୋକିଓ ଅଲିମ୍ପିକ୍ସ ପାଇଁ ଘୋଷିତ ୧୬ ଜଣିଆ ପୁରୁଷ ହକି ଟିମ୍‌ରେ ଲାକ୍ରାଙ୍କ ବ୍ୟତୀତ ଓଡ଼ିଆ ପୁଅ ଅମିତ ରୋହିଦାସ ମଧ୍ୟ ରହିଛନ୍ତି। ସେ ପ୍ରଥମଥର ପାଇଁ ଅଲିମ୍ପିକ୍ସ ଖେଳିବାକୁ ଯାଉଛନ୍ତି। ସେହିପରି ଲାକ୍ରାଙ୍କ ଏହା ହେଉଛି ଦ୍ୱିତୀୟ ଅଲିମ୍ପିକ୍ସ। ୨୦୧୬ରେ ସେ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିଲେ ହେଁ ଆହତ କାରଣରୁ ଖେଳି ନଥିଲେ। କିନ୍ତୁ ୨୦୧୨ରେ ଭାରତକୁ ବିଶ୍ୱ ସ୍ତରରେ ପ୍ରତିନିଧିତ୍ୱ କରିଥିଲେ।
ସୂଚନାଯୋଗ୍ୟ, ଗତକାଲି ଭାରତୀୟ ମହିଳା ହକି ଟିମ୍‌ର ଉପ ଅଧିନାୟକ ଭାବେ ଓଡ଼ିଆ ଝିଅ ଦୀପଗ୍ରେସ ଏକାଙ୍କୁ ନିଯୁକ୍ତି ମିଳିଥିଲା। ରାଣୀ ରାମପଲ ପୂର୍ବଭଳି ମହିଳା ଦଳର ଅଧିନାୟିକତ୍ୱ ଅଲିମ୍ପିକ୍ସରେ କରିବେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe