Advertisment

ହକିକୁ ଅଲବିଦା କହିଲେ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର ତତ୍କାଳ ପ୍ରଭାବରେ ହକିରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି। ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେଇ ହକି ଇଣ୍ଡିଆ ଟ୍ୱିଟ୍ କରି ସୂଚନା ଦେଇଛି। ଲାକ୍ରା ଭାରତୀୟ ହକି ଟିମର ଷ୍ଟାର୍ ଡିଫେଣ୍ଡର ଥିଲେ। ସେ ଦୁଇଥର […]

author-image
Ranjit Kumar Jena
ଅଦ୍ୟତନ ହୋଇଛି
ହକିକୁ ଅଲବିଦା କହିଲେ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା

birendra-lakra

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଟିମର ସଦସ୍ୟ ରହିଥିବା ଓଡ଼ିଆ ପୁଅ ବୀରେନ୍ଦ୍ର ଲାକା ଅନ୍ତର୍ଜାତୀୟ ହକିକୁ ଅଲବିଦା କହିଛନ୍ତି। ବୀରେନ୍ଦ୍ର ତତ୍କାଳ ପ୍ରଭାବରେ ହକିରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି। ୩୧ ବର୍ଷୀୟ ଲାକ୍ରା ୨୦୧ ମ୍ୟାଚରେ ଭାରତର ପ୍ରତିନିଧିତ୍ୱ କରିଛନ୍ତି। ବୀରେନ୍ଦ୍ରଙ୍କ ସନ୍ନ୍ୟାସ ନେଇ ହକି ଇଣ୍ଡିଆ ଟ୍ୱିଟ୍ କରି ସୂଚନା ଦେଇଛି।

Advertisment

ଲାକ୍ରା ଭାରତୀୟ ହକି ଟିମର ଷ୍ଟାର୍ ଡିଫେଣ୍ଡର ଥିଲେ। ସେ ଦୁଇଥର ଭାରତ ପକ୍ଷରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିଛନ୍ତି। ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ଭାରତୀୟ ଦଳ ପାଇଁ ଖେଳିଥିବା ବେଳେ ୨୦୧୬ରେ ଅଲିମ୍ପିକ୍ସ ପାଇଁ ଚୟନ ହୋଇଥିଲେ ହେଁ ଆହତ କାରଣରୁ ଖେଳି ନଥିଲେ। ତେବେ ୨୦୨୧ ଟୋକିଓ ଅଲିମ୍ପିକ୍ସ ପାଇଁ ତାଙ୍କୁ ଭାରତୀୟ ଦଳରେ ସାମିଲ୍‌ କରାଯାଇଥିଲା। ସେ ମଧ୍ୟ ଅଲିମ୍ପିକ୍ସରେ ଭାରତୀୟ ଦଳର ଭାଇସ୍ କ୍ୟାପଟେନ୍ ଭାବେ ନିଯୁକ୍ତି ପାଇଥିଲେ। ଟୋକିଓରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ଜିତି ୪୧ ବର୍ଷର ଖାଲି ସ୍ଥାନ ପୂରଣ କରିଥିଲା

ଭାରତୀୟ ହକି ପ୍ରତି ବୀରେନ୍ଦ୍ରଙ୍କ ଅବଦାନ ଅତୁଳନୀୟ ରହିଛି। ତାଙ୍କ ଭଳି ଡିଫେନ୍ସ ହୁଏତ ଅନ୍ୟ ଓଡ଼ିଆଙ୍କ ପକ୍ଷେ ଦେଖିବାକୁ ମିଳେ ନାହିଁ। ବୀରେନ୍ଦ୍ରଙ୍କ ସନ୍ନ୍ୟାସ ଘୋଷଣା କରିବା ଭାରତୀୟ ହକି ପାଇଁ ଅପୂରଣୀୟ କ୍ଷତି କହିଲେ ଅତ୍ୟୁକ୍ତି ହେବ ନାହିଁ।

Advertisment

ଆସନ୍ତାବର୍ଷ ଭାରତୀୟ ହକି ଟିମର ବ୍ୟସ୍ତବହୂଳ କାର୍ଯ୍ୟକ୍ରମ ରହିଛି। ଆହତ ସମସ୍ୟା ଲାକ୍ରାଙ୍କ ପାଇଁ ସବୁବେଳେ ସମସ୍ୟା ସୃଷ୍ଟି କରିଆସୁଛି। ଏହାଛଡ଼ା ଆଗାମୀ ଟୁର୍ଣ୍ଣାମେଣ୍ଟ ଗୁଡ଼ିକରେ ହକି ଇଣ୍ଡିଆ ଲାକ୍ରାଙ୍କ ଭଳି ସିନିୟର ଖେଳାଳିଙ୍କ ବଦଳରେ ଜୁନିୟର ଖେଳାଳିଙ୍କୁ ଟିମ୍‌ରେ ସ୍ଥାନ ଦେଇପାରନ୍ତି। ବୋଧହୁଏ ଏହି ଦୁଇଟି କାରଣ ପାଇଁ ଲାକ୍ରା ମାତ୍ର ୩୧ ବର୍ଷରେ ହକି ଜଗତକୁ ଅଲବିଦା କହିଛନ୍ତି।

https://twitter.com/TheHockeyIndia/status/1443505188019396613?s=20

ବୀରେନ୍ଦ୍ରଙ୍କ ପ୍ରତିନିଧିତ୍ୱରେ ଭାରତ ଏସିଆନ୍ ଗେମ୍ସରେ ଥରେ ସ୍ୱର୍ଣ୍ଣ (୨୦୧୪) ଓ ଥରେ ବ୍ରୋଞ୍ଜ (୨୦୧୮) ପଦକ ଜିତିଛି। ବୀରେନ୍ଦ୍ର ମଧ୍ୟ ୨୦୧୩ରେ ଏସିଆ କପ୍ ରୌପ୍ୟ ବିଜେତା ଭାରତୀୟ ଦଳର ସଦସ୍ୟ ଥିଲେ। ସେହିପରି ଏସିଆନ୍ସ ଚାମ୍ପିୟନ୍ସ ଟ୍ରଫି (୨୦୧୬ରେ ସ୍ୱର୍ଣ୍ଣ ଓ ୨୦୧୨ରେ ରୌପ୍ୟ), ୨୦୧୪ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା ଭାରତୀୟ ଦଳର ପ୍ରତିନିଧିତ୍ୱ କରିଥିଲେ। ଏହାବାଦ୍ ବୀରେନ୍ଦ୍ର ହକି ୱାର୍ଲ୍ଡ କପ୍ ଓ ହକି ୱାର୍ଲ୍ଡ ଲିଗରେ ମଧ୍ୟ ଭାରତୀୟ ଦଳର ସଦସ୍ୟ ରହିସାରିଛନ୍ତି।

Indian Hockey