ପର୍ଥ: ଚଳିତ ଆଇସିସି ମହିଳା ଟି-୨୦ ବିଶ୍ୱକପର ଗ୍ରୁପ୍-ବି'ର ଖେଳାଯାଇଥିବା ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୬ ୱିକେଟରେ ଇଂଲଣ୍ଡକୁ ହରାଇ ବୃହତ ବିପର୍ଯ୍ୟୟ ଘଟାଇଛି। ପର୍ଥରେ ଅନୁଷ୍ଠିତ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚରେ ଇଂଲଣ୍ଡ ମହିଳା ଟିମ୍ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮ ୱିକେଟ୍ ହରାଇ ୧୨୩ ରନ୍ କରିଥିଲା।
ଦଳ ପକ୍ଷରୁ ନାଟାଲି ସ୍କିଭର୍ ସର୍ବାଧିକ ୫୦, ଆମି ଜୋନ୍ସ ୨୩ ଓ ଫ୍ରାନ୍ ୱିଲସନ୍ ୧୪ ରନ୍ କରିଥିଲେ। ଦକ୍ଷିଣ ଆଫ୍ରିକା ପକ୍ଷରୁ ଆୟାବୋଙ୍ଗା ଖାକା ୩ଟି, ମାରିଜେନ୍ କାପ୍ ଓ ଡେନ୍ ଭାନ୍ ନିକେର୍କ ୨ଟି ଲେଖାଏ ୱିକେଟ୍ ନେଇଥିଲେ।
ଜବାବରେ ଦକ୍ଷିଣ ଆଫ୍ରିକା ୧୯.୪ ଓଭରରେ ୪ ୱିକେଟ୍ ହରାଇ ୧୨୭ ରନ୍ କରି ବିଜୟ ଲାଭ କରିଥିଲା। ଦଳ ପକ୍ଷରୁ କ୍ୟାପଟେନ୍ ନିକେର୍କ ସର୍ବାଧିକ ୪୬, କାପ୍ ୩୮, କ୍ଲୋଇ ଟ୍ରାୟନ୍ ୧୨ ଓ ମିଗନନ୍ ଡୁ ପ୍ରିଜ୍ ଅପରାଜିତ ୧୮ ରନ୍ କରିଥିଲେ। ଇଂଲଣ୍ଡ ପକ୍ଷରୁ ସୋଫି ଇକ୍ଲେଷ୍ଟୋନ୍ ୨ଟି ୱିକେଟ୍ ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
HMPV ନୂଆ ଭାଇରସ ନୁହେଁ, ଆତଙ୍କିତ ନ ହେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ପରାମର୍ଶ
ଏଚଏମପିଭି କୌଣସି ନୂଆ ପ୍ରକାରର ଭାଇରସ ନୁହେଁ। ତେଣୁ ଦେଶବାସୀ ବ୍ୟସ୍ତ ହୁଅନ୍ତୁ ନାହିଁ। ଏହି ଭାଇରସ ପ୍ରଥମେ ୨୦୦୧ରେ ଚିହ୍ନଟ ହୋଇଥିଲା। ସେବେଠାରୁ ଏହା ବିଶ୍ୱର ବିଭିନ୍ନ ସ୍ଥାନରେ ରହିଛି ବୋଲି ନଡ୍ଡା କହିଛନ୍ତି।
National
ଆତ୍ମହତ୍ୟା କରିଥିବା ଅତୁଲଙ୍କ ପତ୍ନୀଙ୍କୁ କୋର୍ଟଙ୍କ ପ୍ରଶ୍ନ: କାହିଁକି ତୁମେ ତଦନ୍ତ ଚାହୁଁନ?
ବେଙ୍ଗାଲୁରୁରେ ଗୋଟିଏ ଅଟୋମୋବାଇଲ କମ୍ପାନୀରେ କାମ କରୁଥିବା ଅତୁଲଙ୍କୁ ଛାଡ଼ପତ୍ର ବିବାଦର ସମାଧାନ ପାଇଁ ପତ୍ନୀ ନିକତା ୩ କୋଟି ଟଙ୍କା ମାଗୁଥିଲେ। ଏପରି କି ସେ ତାଙ୍କୁ କୋର୍ଟକୁ ଟାଣି ମାନସିକ ଚାପ ପକାଉଥିଲେ।
National
୪ ଦଶନ୍ଧିର ସେବା ପରେ ଅବସର ନେଲେ କାନ୍ଦାହାର ଅପହରଣର ହିରୋ ଦେବୀ ଶାରନ
କର୍ଣ୍ଣାଲ ଫ୍ଲାଇଂ କ୍ଲବରୁ ୧୯୮୪ରେ କ୍ୟାପ୍ଟେନ ଦେବୀ ଶାରନଙ୍କ ବେସାମରିକ ବିମାନ ଚଳାଚଳ ଯାତ୍ରା ଆରମ୍ଭ ହୋଇଥିଲା। ୧୯୮୫ରେ ସେ ଇଣ୍ତିଆନ ଏୟାରଲାଇନ୍ସରେ ଯୋଗ ଦେଇଥିଲେ।
Health
ଡରାଇଲା ଚାଇନା ଭାଇରସ: ୩ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ, ମାର୍ଗଦର୍ଶିକା ଜାରି
ଦେଶରୁ ୩ଟି ଏଚଏମପିଭି ଆକ୍ରାନ୍ତ ହେବାରୁ ବିଭିନ୍ନ ରାଜ୍ୟ ପକ୍ଷରୁ ସ୍ୱାସ୍ଥ୍ୟଗତ ମାର୍ଗଦର୍ଶିକା ଜାରି କରାଯାଇଛି।
National
୨ ପିଲାଙ୍କୁ ମାରିବା ପରେ ଜୀବନ ହାରିଲେ ବାପା-ମା’
ଅନୂପଙ୍କ ଘର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ହୋଇଥିବା ବେଳେ ସେ ବେଙ୍ଗାଲୁରୁରେ ସଫ୍ଟୱେୟାର କନସଲଟାଣ୍ଟ ଭାବେ କାମ କରନ୍ତି।