ଧର୍ମଶାଳା: ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତର ନୈରାଶ୍ୟଜନକ ପ୍ରଦର୍ଶନ। ଆଜି ଧର୍ମଶାଳାଠାରେ ଖେଳା ଯାଉଥିବା ଏହି ମ୍ୟାଚ୍ରେ ଦଳ ପ୍ରଥମେ ବ୍ୟାଟିଂ କରି ମାତ୍ର ୧୧୨ ରନ୍ରେ ଅଲ୍ ଆଉଟ୍ ହୋଇଯାଇଛି। ମାତ୍ର ୩୮.୨ ଓଭରରେ ଦଳର ସମସ୍ତ ବ୍ୟାଟ୍ସମ୍ୟାନ୍ ଆଉଟ୍ ହୋଇଯାଇଥିଲେ। ଶିଖର ଧାୱନଙ୍କ ସମେତ ଦଳର ଚାରି ଜଣ ଖେଳାଳି ଶୂନରେ ଆଉଟ୍ ହୋଇଥିବା ବେଳେ ଅଧିନାୟକ ରୋହିତ ଶର୍ମା ମାତ୍ର ୨ ରନ୍ କରିଛନ୍ତି। ଧୋନି ସର୍ବାଧିକ ୬୫ ରନ୍ କରିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୧୦ ଓ କୁଳଦୀପ ଯାଦବ ୧୯ ରନ୍ କରିଛନ୍ତି।
ଶ୍ରୀଲଙ୍କା ପକ୍ଷରୁ ସୁରଙ୍ଗା ଲକମଲ ସର୍ବାଧିକ ୪ଟି ୱିକେଟ୍ ନେଇଥିବା ବେଳେ ନୂୱାନ ପ୍ରଦୀପ ୨ଟି ୱିକେଟ୍ ନେଇଛନ୍ତି।
ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ ପାଇଁ ଭାରତକୁ ଆମନ୍ତ୍ରଣ କରିଥିଲା।
ସୂଚନାଯୋଗ୍ୟ, ଭାରତ-ଶ୍ରୀଲଙ୍କା ମଧ୍ୟରେ ଏହି ଦିନିକିଆ ସିରିଜ୍ରେ ଆଉ ଦୁଇଟି ମ୍ୟାଚ୍ ଖେଳାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।