ଭୁବନେଶ୍ୱର: ଆସନ୍ତାକାଲି ଆଇସିସି ମହିଳା ବିଶ୍ୱକପ୍ର ଗ୍ରାଣ୍ଡଫାଇନାଲ୍। କ୍ରିକେଟ୍ର ମକ୍କା କୁହାଯାଉଥିବା ଲର୍ଡ୍ସ ଗ୍ରାଉଣ୍ଡରେ ଇଂଲଣ୍ଡକୁ ଭେଟିବ ଭାରତୀୟ ମହିଳା ଦଳ। ଏହି ଫାଇନାଲ୍ ମ୍ୟାଚ୍ରେ ଇଂଲଣ୍ଡକୁ ହରାଇ ଭାରତ ପ୍ରଥମ ଥର ପାଇଁ ବିଶ୍ୱକପ ବିଜେତା ହେବାକୁ ଲକ୍ଷ୍ୟ ରଖିଛି। ଭାରତୀୟ ମହିଳା ଟିମ୍ ଯଦି ଏହି ମ୍ୟାଚ୍ ଜିତିଯାଉଛି ତେବେ ୪୪ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ ଭାରତ ଚାମ୍ପିୟନ ହେବ। ୧୧ତମ ମହିଳା ବିଶ୍ୱକପ ଚାଲିଥିବା ବେଳେ ଭାରତ ପାଇଁ ଏହା ୯ମ ବିଶ୍ୱକପ। ୧୯୭୩ ଓ ୧୯୮୮ ବିଶ୍ୱକପରେ ଭାରତୀୟ ମହିଳା ଦଳ ଅଂଶଗ୍ରହଣ କରିନଥିଲା। ଏହାପୂର୍ବର ଭାରତ ପ୍ରଥମ ଥର ପାଇଁ ୨୦୦୫ରେ ଫାଇନାଲ୍ରେ ପ୍ରବେଶ କରିଥିବା ବେଳେ ଅଷ୍ଟ୍ରେଲିଆ ଠାରୁ ପରାସ୍ତ ହୋଇଥିଲା। କିନ୍ତୁ ଚଳିତ ବିଶ୍ୱକପରେ ୬ ଥର ବିଶ୍ୱବିଜେତା ଅଷ୍ଟ୍ରେଲିଆକୁ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛ। ଏପର୍ଯ୍ୟନ୍ତ ମହିଳା ବିଶ୍ୱକପରେ ଅଷ୍ଟ୍ରେଲିଆ ଓ ଇଂଲଣ୍ଡର ଦବଦବା ଦେଖିବାକୁ ମିଳିଥିବା ବେଳେ ନ୍ୟୁଜଲାଣ୍ଡ ଗୋଟିଏ ଥର ଚାମ୍ପିୟନ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।