ରାଜନନ୍ଦଗାଁଓ(ଛତିଶଗଡ): ଛତିଶଗଡର ରାଜନନ୍ଦଗାଁଓରେ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଖେଳା ଯାଇଥିବା ପ୍ରଥମ ହକି ଟେଷ୍ଟ ମ୍ୟାଚ ୨-୨ରେ ଡ୍ର ହୋଇଛି।
ଖେଳ ପ୍ରାରମ୍ଭରୁ ଭାରତ ଉପରେ ଚାପ ପକାଇବାକୁ ଉଦ୍ୟମ କରିଥିଲା ଅଷ୍ଟ୍ରେଲିଆ। ଏଥିରେ ସଫଳ ମଧ୍ୟ ହୋଇଥିଲା। ଖେଳ ଆରମ୍ଭର ମାତ୍ର ୬ ମିନିଟ ମଧ୍ୟରେ ଅଷ୍ଟ୍ରେଲିଆ ଭାରତ ଉପରେ ଏକ ଗୋଲ କରିଥିଲା। ତେବେ ଭାରତ ବି ଥିଲା ନଛୋଡବନ୍ଦା। ଦଳ ଅଳ୍ପ ସମୟ ମଧ୍ୟରେ ଭ୍ରମଣକାରୀ ଦଳ ଉପରେ ଏକ ଗୋଲ କରିଥିଲା। ଏକ ପେନାଲ୍ଟି କର୍ଣ୍ଣରକୁ ଗୋଲରେ ପରିଣତ କରିବାରେ ସଫଳ ହୋଇଥିଲେ ଭିଆର ରଘୁନାଥ। ଫଳରେ ସ୍ଥିତି ପହଞ୍ଚି ଥିଲା ୧-୧ରେ। ଏହାପରେ ଦ୍ୱିତୀୟ କ୍ୱାର୍ଟରରେ ଭାରତର ଅଭିଜ୍ଞ ଖେଳାଳି ହରଜିତ ସିଂହ ଆଉ ଏକ ଗୋଲ ଦେଇଥିଲେ। ଭ୍ରମଣକାରୀ ଦଳ ଉପରେ ଭାରତ ୨-୧ରେ ଆଗୁଆ ଥିଲା। ମ୍ୟାଚ ଖେଳାଯିବାର ୫୮ ମିନିଟରେ ଅଷ୍ଟ୍ରେଲିଆ ପେନାଲ୍ଟି କର୍ଣ୍ଣରରେ କ୍ରିସ୍ ସିରିଲିଓ ଗୋଟିଏ ଗୋଲ ଦେଇ ମ୍ୟାଚକୁ ୨-୨ରେ ଡ୍ର ରଖିଥିଲେ।
ଦୁଇ ଦେଶ ମଧ୍ୟରେ ଆଉ ୨ଟି ଟେଷ୍ଟ ମ୍ୟାଚ ଖେଳାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ସମ୍ବିଧାନରୁ ହଟିବନି 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ
ସମ୍ବିଧାନରୁ 'ସମାଜବାଦୀ' ଓ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ। ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏହି ଶବ୍ଦ ଯୋଡ଼ାଯାଇଥିଲା।
Business
ଆଦାନୀ ଗ୍ରୁପ୍ ଦାନକୁ ବି ନା; ୧୦୦ କୋଟି ଟଙ୍କା ଫେରାଇବେ ତେଲାଙ୍ଗାନା ସରକାର
ୟଙ୍ଗ ଇଣ୍ଡିଆ ସ୍କିଲ୍ସ ୟୁନିଭରସିଟି ପାଇଁ ଆଦାନୀ ଗ୍ରୁପ୍ ତେଲାଙ୍ଗାନାକୁ ୧୦୦କୋଟି ଟଙ୍କା ଦାନ କରିଥିଲେ।
National
ଦିଲ୍ଲୀ ପ୍ରଦୂଷଣ; ଚେକ୍ ପୋଷ୍ଟରେ ଜଗୁନି ପୁଲିସ, ତାତିଲେ ସୁପ୍ରିମକୋର୍ଟ
ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ରୋକିବା ଲାଗି ନିର୍ମାଣ କାର୍ଯ୍ୟ ଠାରୁ ଆରମ୍ଭ କରି ସହରରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଲାଗିଛି। ହେଲେ ଏସବୁକୁ ତଦାରଖ କରିବା ପାଇଁ ସହରର ଚେକ୍ ପୋଷ୍ଟରେ ନାହାନ୍ତି ପୁଲିସ ଅଧିକାରୀ।
Politics
ସଞ୍ଜୟ ରାଉତଙ୍କ ବିସ୍ଫୋରକ ବୟାନ, ପରାଜୟ ପାଇଁ ପୂର୍ବତନ CJI ଦାୟୀ
ମହାରାଷ୍ଟ୍ରରେ ପରାଜୟ ପାଇଁ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ଦାୟୀ କରିଛନ୍ତି ସଞ୍ଜୟ ରାଉତ।
Guest Column
ନିର୍ବାଚନରେ ଅପ୍ରାସଙ୍ଗିକ ହେଉଛି ଗଣମାଧ୍ୟମ
ଭାରତର ଲୋକମାନେ ଗଣମାଧ୍ୟମ ଦ୍ୱାରା ଯେ ସମ୍ପୂର୍ଣ୍ଣ ଭାବରେ ପ୍ରଭାବିତ ହୁଅନ୍ତି ନାହିଁ, ତାହା ଜରୁରୀ ପରିସ୍ଥିତି ପରେ ପରେ ହୋଇଥିବା ନିର୍ବାଚନରେ ପ୍ରମାଣିତ ହୋଇଥିଲା। ଜରୁରୀ ପରିସ୍ଥିତି ସମୟରେ ଭାରତର ସବୁ ଗଣମାଧ୍ୟମ ସରକାରଙ୍କର ଓ ଇନ୍ଦିରା ଗାନ୍ଧୀଙ୍କର ପ୍ରଶଂସାରେ ଭରି ରହିଥିଲେ ମଧ୍ୟ ନିର୍ବାଚନ ଘୋଷଣା କ୍ଷଣି ଜନସାଧାରଣ ଆପେ ଆପେ ସେମାନଙ୍କର ମତ ସ୍ଥିର କରିନେଲେ।