ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ। ଲଗାତର ଭାବେ ଭାରତୀୟ ହକି ଟିମ୍ର ଜବରଦସ୍ତ ପ୍ରଦର୍ଶନ ଜାରି ରହିଛି। ଢାକାରେ ଚାଲିଥିବା ଏସିଆ କପ୍ ହକି ପ୍ରତିଯୋଗିତର ସୁପର-୪ ମୁକାବିଲାରେ ଆଜିର ମ୍ୟାଚରେ ଭାରତ ତାର ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ୪-୦ ଗୋଲରେ ପରାସ୍ତ କରିଛି। ମ୍ୟାଚର ୩୯ ମିନିଟରେ ଭାରତ ପକ୍ଷରୁ ସତବୀର ସିଂହ ଏକ ଗୋଲ ସ୍କୋର କରି ଭାରତକୁ ଅଗ୍ରଣୀ କରାଇଥିଲେ। ଏହାପରେ ହରମନପ୍ରୀତ ସିଂହ , ଲଳିତ ଉପାଧ୍ୟାୟ, ଗୁରଜାନ୍ତ ସିଂହ ଗୋଟିଏ ଲେଖାଁଏ ଗୋଲ ସ୍କୋର କରି ପାକିସ୍ତାନ ପାଇଁ ଚିନ୍ତା ବଢାଇ ଦେଇଥିଲେ। ଏହି ବିଜୟ ସହ ଭାରତ ଆସନ୍ତା କାଲି ହେବାକୁ ଥିବା ଫାଇନାଲରେ ପ୍ରବେଶ କରିଛି। ଏସିଆ କପ ସୁପର-୪ ମୁକାବିଲାର ପ୍ରଥମ ମ୍ୟାଚରେ ଭାରତ ଓ ଦକ୍ଷିଣ କୋରିଆ ମଧ୍ୟରେ ଅନୁଷ୍ଟିତ ହୋଇଥିଲା, ଯାହା ୧-୧ରେ ବରାବର ରହିଥିଲା। ପରେ ଦ୍ୱିତୀୟ ମ୍ୟାଚ୍ରେ ମାଲେସିଆକୁ ୬-୨ ଗୋଲରେ ମାତ୍ ଦେଇଥିଲା ଭାରତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।