ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ୧୯ ବର୍ଷରୁ କମ୍ ବିଶ୍ୱକପ୍ କ୍ରିକେଟ୍ରେ ସେମିଫାଇନାଲରେ ପହଞ୍ଚିଛି ଟିମ୍ ଇଣ୍ଡିଆ। ବାଂଲାଦେଶକୁ ୧୩୧ ରନରେ ହରାଇ ଦଳ ସେମିଫାଇନାଲ୍ ଖେଳିବାର ଯୋଗ୍ୟତା ଅର୍ଜନ କରିଛି। ଟସ୍ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଟିମ୍ ଇଣ୍ଡିଆ ୨୬୫ ରନ ସ୍କୋର କରିଥିଲା ଶୁଭମାନ ଗିଲ ସର୍ବାଧିକ ୮୬ ରନ କରିଥିଲେ, ଅଧିନାୟକ ପୃଥ୍ୱୀ-ସ କରିଥିଲେ ୪୦ ରନ୍।
୨୬୬ ରନର ଟାର୍ଗେଟକୁ ପିଛା କରି ବାଂଲାଦେଶ ମାତ୍ର ୧୩୪ ରନରେ ଅଲଆଉଟ ହୋଇଯାଇଥିଲା। ଭାରତ ପକ୍ଷରୁ ସଫଳ ବୋଲର୍ ଭାବରେ କମଲେଶ ନଗରକୋଟି ୩ ଓ୍ୱିକେଟ ହାସଲ କରିଛନ୍ତି। ୮୬ ରନର ଗୁରୁତ୍ୱପୂର୍ଣ୍ଣ ଇନିଂସ ପାଇଁ ଶୁଭମାନ ଗିଲ ମ୍ୟାନ ଅଫ ଦି ମ୍ୟାଚ ହୋଇଛନ୍ତି। ସେମିଫାଇନାଲରେ ପାରମ୍ପାରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ ଭାରତ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।