ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଞ୍ଚି ଟି-ଟ୍ୱେଣ୍ଟିକୁ କବ୍ଜା କଲା ଭାରତ। ୯ୱିକେଟ୍ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଚଳିତ ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ବିଜୟ ହାସଲ କରିଛି ଭାରତ। ଏହି ବିଜୟ ସହ ୩ଟିକିଆ ଟି-ଟ୍ୱେଣ୍ଟି ସିରିଜରେ ଭାରତ ୧-୦ରେ ଅଗ୍ରଣୀ ଲାଭ କରିଛି। ମ୍ୟାଚରେ ବର୍ଷା ବାଧକ ସାଜିଥିବା ସତ୍ତ୍ୱେ ଡିଏଲ୍ ନିୟମ ଅନୁସାରେ ଭାରତ ସହଜରେ ବିଜୟୀ ହୋଇଛି। ଭାରତ ସମ୍ମୁଖରେ ୬ ଓଭରରେ ୪୮ ରନର ଲକ୍ଷ୍ୟ ରଖାଯାଇଥିଲା। ଯାହାକୁ ଭାରତ ସହଜରେ ହାସଲ କରିନେଇଛି। ଭାରତ ପକ୍ଷରୁ ଧାୱନ ୧୫ ରନ କରିଥିବା ବେଳେ କୋହଲି ୨୨ ରନର ଅପରାଜିତ ପାଳି ଖେଳି ଦଳକୁ ଜିତାଇଥିଲେ। ପୂର୍ବରୁ ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୧୮.୪ ଓଭରରେ ୮ୱିକେଟ୍ ହରାଇ ୧୧୮ ରନ କରିଥିବା ବେଳେ ବର୍ଷା ବାଧକ ସାଜିଥିଲା। ଫଳରେ ମ୍ୟାଚକୁ ଦୀର୍ଘ ସମୟ ଧରି ବନ୍ଦ ରଖାଯାଇଥିଲା। ପରେ ବର୍ଷା ଛାଡିବା ପରେ ପୁଣିଥରେ ମ୍ୟାଚ ଆରମ୍ଭ ହୋଇଥିଲା। ଡିଏଲ୍ ନିୟମ ଅନୁସାରେ ମ୍ୟାଚ୍ ଜିତିବାକୁ ହେଲେ ଭାରତକୁ ୬ ଓଭରରେ ୪୮ ରନ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ଯାହାକୁ ଭାରତ ମାତ୍ର ୫.୩ ଓଭରରେ ୧ ୱିକେଟ୍ ହରାଇ ହାସଲ କରିନେଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।