ନୂଆଦିଲ୍ଲୀ: ଆଇପିଏଲର ନବମ ସଂସ୍କରଣରେ ନୂଆ ଦଳ ଭାବେ ଉଭା ହୋଇଥିବା ପୁନେର ମୁଖ୍ୟ ପ୍ରଶିକ୍ଷକ ଭାବେ ଦାୟିତ୍ୱ ନେଇପାରନ୍ତି ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ଷ୍ଟିଫେନ ଫ୍ଲେମିଂ। ଆଇପିଏଲ-୯ରୁ ବାଦ ପଡିଥିବା ଚେନ୍ନାଇ ସୁପର କିଙ୍ଗ୍ସର ମୁଖ୍ୟ କୋଚ ଭାବେ ଦାୟିତ୍ୱରେ ନିଭାଇ ଥିଲେ ଫ୍ଲେମିଂ।
ମଙ୍ଗଳବାର ପୁନେ ସିଏସକେର ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କୁ ସର୍ବାଧିକ ଅର୍ଥରେ କିଣିଛି। ପୁନେ ଦଳ ତାଙ୍କୁ ଅଧିନାୟକ କରିପାରେ। ଏହି ଦୃଷ୍ଟିରୁ ସିଏସକେର ମୁଖ୍ୟ କୋଚଙ୍କୁ ପୁନେ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେବା ନେଇ ଚର୍ଚ୍ଚା ଜୋର ଧରିଛି।
ପୁନେ ଦଳର ମାଲିକ ସଞ୍ଜୟ ଗୋଏଙ୍କା ଆଇପିଏଲରେ ନୂଆ ମୁହଁ। ଏହି ଦୃଷ୍ଟିରୁ ଏହି ଦୁଇ ମହାରଥୀଙ୍କୁ ଦଳର ସଫଳତା ପାଇଁ ମୁଖ୍ୟ ଦାୟିତ୍ୱ ଦେଇପାରନ୍ତି। ଏନେଇ ଗୋଏଙ୍ଗାଙ୍କ ଭାଇ ହର୍ସ ଗୋଏଙ୍କା ଟ୍ୱିଟରେ ଦର୍ଶାଇଛନ୍ତି ଯେ, ପୁନେ ଦଳର ଅଧିନାୟକ ଭାବେ ଧୋନି ଓ ମୁଖ୍ୟ କୋଚ୍ ଭାବେ ଫ୍ଲେମିଂଙ୍କୁ ଅଗ୍ରାଧିକାର ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।