ନୂଆଦିଲ୍ଲୀ: ପୂର୍ବତନ ୱିକେଟ୍ କିପର ତଥା ବ୍ୟାଟ୍ସମ୍ୟାନ ସୟଦ କିରମାନିଙ୍କୁ ଗୁରୁବାର ‘ବିସିସିଆଇ ଲାଇଫ୍ ଟାଇମ୍ ଅଚିଭମେଣ୍ଟ ଆୱାର୍ଡ’ ବା ‘କର୍ଣ୍ଣେଲ.ସି.କେ ନାଇଡୁ ଲାଇଫଟାଇମ୍ ଆଚିଭମେଣ୍ଟ ଆୱାର୍ଡ-୨୦୧୫’ ଦିଆଯିବାକୁ ମନୋନୀତ କରାଯାଇଛି।
ଆଜି ପୁରସ୍କାର କମିଟିର ବୈଠକରେ କିରମାନିଙ୍କୁ ଏହି ପୁରସ୍କାର ଦିଆଯିବା ନେଇ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିଲା। ଏହି କମିଟିରେ ବିସିସିଆଇର ସଭାପତି ଶଶାଙ୍କ ମନୋହର, ସମ୍ପାଦକ ଅନୁରାଗ ଠାକୁର ଓ ଇଂରେଜି ଖବର କାଗଜ ‘ଦ ହିନ୍ଦୁ’ର ସମ୍ପାଦକ ଏନ.ରାମ୍ ରହିଛନ୍ତି। ମୁମ୍ବାଇରେ ଥିବା ବିସିସିଆଇ ମୁଖ୍ୟାଳୟରେ କମିଟିର ବୈଠକ ବସିଥିଲା।
ପୁରସ୍କାର ବାବଦକୁ ତାଙ୍କୁ ଗୋଟିଏ ଟ୍ରଫି, ମାନପତ୍ର ଓ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯିବ।
୧୯୭୬ ମସିହାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ସୟଦ କିରମାନି ଟେଷ୍ଟ ଡେବ୍ୟୁ କରିଥିଲେ। ଏହି ମ୍ୟାଚରେ ୱିକେଟ୍ କିପର ଭାବେ ତାଙ୍କର ଜଲୱା ଦେଖିବାକୁ ମିଳିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।