Advertisment

କିଶୋର ଓ ଅମିତଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା, ଉଭୟ ୧୫ ଲକ୍ଷ ଟଙ୍କା ଲେଖାଏଁ ପାଇବେ

ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Kishore Jena and Amit Rohidas

Kishore Jena and Amit Rohidas

Advertisment

ପ୍ୟାରିସ୍‌ ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଆଥଲେଟ୍ କିଶୋର ଜେନା ଓ ହକି ଖେଳାଳି ଅମିତ ରୋହିଦାସଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି। ଉଭୟଙ୍କୁ ୧୫ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଏହା ସେମାନଙ୍କୁ ଉକ୍ତୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶାବ୍ୟକ୍ତ କରିଛନ୍ତି।

Advertisment

କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ। ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଶ୍ରୀ ଜେନା ଏବଂ ଶ୍ରୀ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ, ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି। ଏହା ସହିତ ଓଡ଼ିଶାବାସୀଙ୍କ ତରଫରୁ ସେ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ଓଡ଼ିଶାରେ କ୍ରୀଡ଼ା ପ୍ରତିଭାମାନଙ୍କର ଅଭାବ ନାହିଁ। ରାଜ୍ୟର କୋଣଅନୁକୋଣର ଏହି ପ୍ରତିଭାମାନଙ୍କର ସର୍ବାଙ୍ଗୀନ ବିକାଶ ଏବଂ ସେମାନଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ତୃଣମୂଳ ସ୍ତରରେ ଆବଶ୍ୟକ ଭିତ୍ତିଭୂମି, ଆର୍ଥିକ ସହାୟତା ଏବଂ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment
Amit Rohidas Paris Olympic Kishore Jena
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe