ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବକ୍ସିଂ କ୍ୱିନ୍ ମାରି କମଙ୍କୁ ସଫଳତା। ଏସିଆନ୍ ବକ୍ସିଂ ଚାମ୍ପିୟନସିପ୍ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ୫ ଥର ବିଶ୍ୱ ବିଜୟିନୀ ମାରି କମ୍। ୪୮ କିଲୋଗ୍ରାମ ବର୍ଗ ଫାଇନାଲରେ ମାରି ଉତ୍ତର କୋରିଆର ହ୍ୟାଙ୍ଗ୍ ମି କିମଙ୍କୁ ପରାସ୍ତ କରି ଏହି ସଫଳତା ହାସଲ କରିଛନ୍ତି। ଫାଇନାଲର ପ୍ରଥମ ରାଉଣ୍ଡରେ ହ୍ୟାଙ୍ଗ୍ ମିଙ୍କ ଶକ୍ତିଶାଳୀ ବାଉଟର ଉଚିତ ମୁକାବିଲା କରିପାରି ନିଥିଲେ ମାରି। ହେଲେ ଦ୍ୱିତୀୟ ରାଉଣ୍ଡରେ ଜବରଦସ୍ତ ପ୍ରତ୍ୟାବର୍ତ୍ତନ କରି ମାରି ଫାଇନାଲ ବାଉଟକୁ ନିଜ ନାଁରେ କରିଥିଲେ। ଏସିଆନ୍ ଚାଂପିଅନସିପରେ ମାରିଙ୍କ ଏହା ପଞ୍ଚମ ସ୍ୱର୍ଣ୍ଣ ପଦକ। ସେପଟେ ଅନ୍ୟ ଭାରତୀୟ ମହିଳା ସୋନିଆ ଲାଠର ୫୭ କେଜି ବର୍ଗରେ ରୌପ୍ୟ ପଦକ ହାସଲ କରିଛନ୍ତି। ଫାଇନାଲରେ ସୋନିଆ ଚୀନର ଇନ୍ ଜୁନହୁଆଙ୍କ ସହ କଡ଼ା ସଂଘର୍ଷ କରି ପରାସ୍ତ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।