ମୁମ୍ବାଇ: ବିସିସିଆଇର ଦୁର୍ନୀତି ବିରୋଧୀ ନିୟମକୁ ଉଲ୍ଲଂଘନ କରିବା ଅଭିଯୋଗରେ ମୁମ୍ୱାଇର କ୍ରିକେଟର ହିକେନ୍ ଶାହ ସସପେଣ୍ଡ ହୋଇଛନ୍ତି। ବିସିସିଆଇ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମୁମ୍ୱାଇ ବ୍ୟାଟସମ୍ୟାନ୍ ହିକେନ୍ ତାଙ୍କ ସହ ପ୍ରଥମ ଶ୍ରେଣୀ କ୍ରିକେଟ ଖେଳୁଥିବା ଜଣେ ସାଥୀ କ୍ରିକେଟରଙ୍କୁ ଦୁର୍ନୀତି କରିବାକୁ କହିଥିଲେ। ଉକ୍ତ କ୍ରିକେଟର ଏକ ଆଇପିଏଲ୍ ଟିମ ପାଇଁ ମଧ୍ୟ ଖେଳିଛନ୍ତି। ଏବର୍ଷର ଆଇପିଏଲ ସିଜନ ପୂର୍ବରୁ ଶାହ ଏହି ଉଦ୍ୟମ କରିଥିଲେ। ଏସମ୍ପର୍କରେ ଜାଣିବା ପରେ ସମ୍ପୃକ୍ତ ଖେଳାଳିଙ୍କ ଆଇପିଏଲ୍ ଟିମ୍ ତୁରନ୍ତ ବିସିସିଆଇର ଆଣ୍ଟି କରପସନ୍ ୟୁନିଟକୁ ଜଣାଇଥିଲେ। ପରେ ଆଣ୍ଟି କରପସନ୍ ୟୁନିଟ ଏହାର ତଦନ୍ତ କରି ହିକେନ୍ ଶାହଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ। ହିକେନଙ୍କ ବିରୋଧରେ କ’ଣ କାର୍ଯ୍ୟାନୁଷ୍ଠାନ ନିଆଯିବ ସେ ନିଷ୍ପତ୍ତି ନେବ ବିସିସିଆଇ ଶୃଙ୍ଖଳା କମିଟି। ଶାହ ହେଉଛନ୍ତି ମୁମ୍ୱାଇର ଦ୍ୱିତୀୟ ଖେଳାଳି ଯାହାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଇପିଏଲ୍ ସ୍ପଟ୍ ଫିକ୍ସିଂରେ ସମ୍ପୃକ୍ତି ଅଭିଯୋଗରେ ସ୍ପିନର ଅଙ୍କିତ ଚଭନଙ୍କୁ ବ୍ୟାନ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।