କରାଚି: ପାକିସ୍ତାନର ପୂର୍ବତନ ବ୍ୟାଟ୍ସମ୍ୟାନ୍ ନାସିର୍ ଜାମଶେଦଙ୍କୁ ପାକିସ୍ତାନ ସୁପର୍ ଲିଗ୍ (ପିଏସଏଲ)ରେ ସ୍ପଟ୍ ଫିକ୍ସିଂରେ ଲିପ୍ତ ହେବା ଅଭିଯୋଗରେ ୧୭ମାସର ଜେଲ୍ ଦଣ୍ଡାଦେଶ ମିଳିଛି। ଜାମଶେଦଙ୍କୁ ବ୍ରିଟିଶ୍ ନାଗରିକ ୟୁସୁଫ୍ ଅନୱର୍ ଓ ମହମ୍ମଦ ଏଜାଜଙ୍କ ସହ ଗିରଫ୍ କରାଯାଇଥିଲା।
ସେ ଆରମ୍ଭରୁ ନିଜ ଉପରେ ଲାଗିଥିବା ସବୁ ଅଭିଯୋଗକୁ ଖଣ୍ଡନ କରିଥିଲେ। ତାଙ୍କ ଉପରେ ୨୦୧୮ରେ ପିଏସଏଲରେ ଇସଲାମାବାଦ ୟୁନାଇଟେଡ୍ ଓ ପେଶାୱର ଜାଲମୀ ମଧ୍ୟରେ ଦୁବାଇରେ ଖେଳାଯାଇଥିବା ମ୍ୟାଚରେ ଖେଳାଳିଙ୍କୁ ଜାଣିଶୁଣି ଖରାପ ଖେଳିବାକୁ ଉସକାଇଥିବାର ଅଭିଯୋଗ ହୋଇଥିଲା।
ଗତବର୍ଷ ଡିସେମ୍ବରରେ ହୋଇଥିବା ଶୁଣାଣିରେ ଜାମଶେଦଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା। ପିସିବି ତାଙ୍କ ଉପରେ ଅଗଷ୍ଟ, ୨୦୧୮ରୁ ୧୦ ବର୍ଷ ପର୍ଯ୍ୟନ୍ତ ବାସନ୍ଦ କରିଥିଲା। ସେହିପରି ୱେଷ୍ଟ ଲଣ୍ଡନର ଅନୱରଙ୍କୁ ୪୦ମାସ ଏବଂ ନର୍ଦର୍ନ ଇଂଲଣ୍ଡର ଏଜାଜଙ୍କୁ ୩୦ମାସର ଜେଲ୍ ଦଣ୍ଡାଦେଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଅଗ୍ରଗତି, ଊର୍ଦ୍ଧ୍ୱଗତି ଓ ରାଷ୍ଟ୍ରଭକ୍ତି
ଚଳିତ ବର୍ଷ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ୧୦୦ ବର୍ଷ ପୂରଣ କରୁଛି। ବ୍ରିଟିଶ୍ ଶାସନ ସମୟରେ ଯେତେବେଳେ ଦେଶରେ ସ୍ୱାଧୀନତା ସଂଗ୍ରାମ ପାଇଁ ସଜବାଜ ବ୍ୟାପକ ହେଉଥିଲା ସେହି ସମୟରେ ୧୯୨୫ରେ ହିନ୍ଦୁ ସାଂସ୍କୃତିକ ଓ ସାମାଜିକ ସଂଗଠନଗୁଡ଼ିକୁ ନୂଆରୂପ ଦେବା ପାଇଁ ଆରଏସଏସର ସ୍ଥାପନା କରାଯାଇଥିଲା।
National
୧୮ ବର୍ଷରୁ କମ୍ ପିଲାଙ୍କୁ କଟକଣା, ସୋଶାଲ ମିଡିଆ ଆକାଉଣ୍ଟ ପାଇଁ ଆବଶ୍ୟକ ପଡ଼ିବ ଅନୁମତି
ଏ ନେଇ କେନ୍ଦ୍ର ସରକାର ଆଣିବାକୁ ଯାଉଛନ୍ତି ଡିଜିଟାଲ ପର୍ସୋନାଲ ଡାଟା ପ୍ରୋଟେକ୍ସନ ଆକ୍ଟ ୨୦୨୫। ଏ ସମ୍ପର୍କରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଇନଫର୍ମେଶନ ଟେକନୋଲଜି ମନ୍ତ୍ରାଳୟ ପକ୍ଷରୁ ଡ୍ରାଫ୍ଟ ରୁଲ୍ ବିଜ୍ଞପ୍ତି ପ୍ରକାଶ ପାଇଛି।
National
ମଣିପୁରରେ ପୁଣି ହିଂସା: DCP ଅଫିସ ଉପରେ ଆକ୍ରମଣ
ଆକ୍ରମଣରେ ଜଣେ ପୁଲିସ୍ ଅଧିକାରୀ ଆହତ ହୋଇଛନ୍ତି। ସେହିପରି ଡିସିପି ଅଫିସ ନିକଟରେ ରହିଥିବା ଏକାଧିକ ପୁଲିସ୍ ଗାଡ଼ିକୁ ଲୋକମାନେ ଭାଙ୍ଗି ଦେଇଛନ୍ତି।
Health
ଚାଇନାର ନୂଆ ଭାଇରସକୁ ନେଇ ଆତଙ୍କିତ ହୁଅନ୍ତୁନି: ସ୍ୱାସ୍ଥ୍ୟ ବିଭାଗ
ଚୀନରେ କୋରୋନାଠୁ ଆହୁରି ଦ୍ରୁତ ଗତିରେ ବ୍ୟାପୁଛି ନୂଆ ଭାଇରସ୍ HMPV। ହେଲେ ଏହାକୁ ନେଇ ଭାରତରେ ଚିନ୍ତିତ ହେବାର କିଛି ନାହିଁ ବୋଲି କହିଲା ସ୍ୱାସ୍ଥ୍ୟ ବିଭାଗ।
Crime
୬ ବର୍ଷର ଝିଅକୁ ଦୁଷ୍କର୍ମ; ଧରା ପଡ଼ିଯିବା ଭୟରେ ତଣ୍ଟି ଚିପି ମାରିଦେଲା ପଡ଼ୋଶୀ
ଚକୋଲେଟ ଦେବା ବାହାନାରେ ଶିଶୁକୁ ଘରକୁ ଡାକିନେଇ ଦୁଷ୍କର୍ମ କଲା। ଖସି ପଳାଉଥିବାବେଳେ ଏନକାଉଣ୍ଟର କରି ଗିରଫ କରିଛି ପୁଲିସ।