Neeraj
ପ୍ୟାରିସ ଅଲିମ୍ପିକ୍ସରେ କମାଲ କରିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ଫାଇନାଲ ଟିକେଟ ହାତେଇଛନ୍ତି। ଏହା ଚଳିତ ସିଜିନରେ ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ। ଦେଶର ଅନ୍ୟତମ ଷ୍ଟାର କିଶୋର ଜେନା ଯୋଗ୍ୟତା ପର୍ଯ୍ୟାୟର ଗ୍ରୁପ ଏରୁ ନିରାଶଜନକ ଖବର ଦେଇଥିଲେ। ସେ ଫାଇନାଲ ଖେଳିବାରୁ ବଞ୍ଚିତ ହୋଇଛନ୍ତି। ଗ୍ରୁପ ପର୍ଯ୍ୟାୟରେ ଥିବା କିଶୋର କେବଳ ୮୦.୭୩ ମିଟର ଦୂରତାକୁ ଜାଭେଲିନ ଫିଙ୍ଗି ପାରିଥିଲେ।
କିନ୍ତୁ ଗ୍ରୁ ବିରେ ଥିବା ନୀରଜ ଦେଶକୁ ଗୌରାବନ୍ୱିତ କରିଛନ୍ତି। ସେ ପ୍ରଥମ ପ୍ରୟାସରେ ୮୯.୩୪ ମିଟର ଦୂରତାକୁ ଜାଭେଲିନ ଫିଙ୍ଗିଛନ୍ତି। ଏହି ଗ୍ରୁପରେ ଫାଇନାଲକୁ ଯୋଗ୍ୟତା ଅର୍ଜନ ପାଇଁ ୮୪ ମିଟର ଦୂରତା ଧାର୍ଯ୍ୟ କରାଯାଇଥିଲା।
ନୀରଜ ଏହା ଠାରୁ ଯଥେଷ୍ଟ ଦୂରକୁ ଜାଭେଲିନ ଫିଙ୍ଗିଛନ୍ତି। ତାଙ୍କ ପରେ ପାକିସ୍ତାନର ଅର୍ଶଦ ନଦୀମ ମଧ୍ୟ ଫାଇନାଲକୁ ଯାଇଛନ୍ତି। ସେ ପ୍ରଥମ ପ୍ରୟାସରେ ୮୬.୫୯ ଦୂରତାକୁ ଜାଭେଲିନ ପକାଇଛନ୍ତି। ନୀରଜଙ୍କ ଭଳି ନଦୀମ ମଧ୍ୟ ପ୍ରଥମ ପ୍ରୟାସରେ ଫାଇନାଲରେ ପହଞ୍ଚିଛନ୍ତି।
ନୀରଜଙ୍କ ଶ୍ରେଷ୍ଠ ପ୍ରଦର୍ଶନ ହେଉଛି ୮୯.୯୪ ମିଟର। ସେ ଚଳିତ ଅଲିମ୍ପିକ୍ସରେ ୯୦ ମିଟର ଦୂରତା ଅତିକ୍ରମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହି ଦିଗରରେ ବର୍ତ୍ତମାନ ନୀରଜ ଉଦ୍ୟମ ଆରମ୍ଭ କରିଦେଇଛନ୍ତି। ନୀରଜଙ୍କ ଜାଭେଲିନ ଥ୍ରୋ ଫାଇନାଲ ଆସନ୍ତା ୮ ତାରିଖରେ ହେବ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Neeraj_1722939173.jpg)