Advertisment

ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିଅନସିପରେ ଚମକିଲେ ନୀରଜ ଚୋପ୍ରା; ଜିତିଲେ ସ୍ୱର୍ଣ୍ଣ ପଦକ

ବୁଦାପେଷ୍ଟରେ ଅନୁଷ୍ଠିତ ପୁରୁଷ ଜାଭଲିନ୍ ଥ୍ରୋ ଫାଇନାଲରେ ଐତିହାସିକ ସଫଳତା ପାଇଛନ୍ତି ନୀରଜ। ପ୍ରଥମ ଥର ପାଇଁ ସ୍ୱର୍ଣ୍ଣ ଜିତି କରିଛନ୍ତି ରେକର୍ଡ।

ଅଦ୍ୟତନ ହୋଇଛି
Niraj chopra

Niraj chopra

Advertisment

ଭାରତୀୟ କ୍ରୀଡାରେ ଯୋଡି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ। ୱାର୍ଲଡ ଆଥଲେଟିକ୍ସ ଚାମ୍ପିଅନସିପର ୪୦ ବର୍ଷର ଇତିହାସରେ ପ୍ରଥମ ଥର ପାଇଁ ଭାରତକୁ ମିଳିଛି ସ୍ୱର୍ଣ୍ଣ ପଦକ। ଆଉ ଦେଶ ପାଇଁ ଏହି ଗୋଲ୍ଡ ମେଡାଲ ଜିତିଛନ୍ତି ଗୋଲଡେନ୍ ବୟ ନୀରଜ ଚୋପ୍ରା। ପାକିସ୍ତାନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ପଛରେ ପକାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ନୀରଜ।

Advertisment

ବୁଦାପେଷ୍ଟରେ ଅନୁଷ୍ଠିତ ପୁରୁଷ ଜାଭଲିନ୍ ଥ୍ରୋ ଫାଇନାଲରେ ଐତିହାସିକ ସଫଳତା ପାଇଛନ୍ତି ନୀରଜ। ପ୍ରଥମ ଥ୍ରୋ ଫାଉଲରୁ ଆରମ୍ଭ କରିଥିଲେ ବି ଦ୍ୱିତୀୟ ପ୍ରୟାସରେ ୮୮.୧୭ ମିଟର ଫୋପାଡି ସ୍ୱର୍ଣ୍ଣ ପଦକ ପାଇଁ ଦାବିଦାର ହୋଇଥିଲେ ନୀରଜ।

Advertisment

ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତି ପ୍ରଥମ ଭାରତୀୟ ଭାବେ ନୀରଜ ଏହି ବିରଳ ସଫଳତାର ଅଧିକାରୀ ହୋଇପାରିଛନ୍ତି। ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନର ଅର୍ଶଦ ନଦୀମ ଋତୁର ଶ୍ରେଷ୍ଠ ପ୍ରଦର୍ଶନ ସହ ୮୭.୮୨ ମିଟରରେ ରୌପ୍ୟ ଏବଂ ଚେକ୍‌ ରିପବ୍ଲିକ୍‌ର ଜାକବ ଭାଦଲେଜକ ୮୬.୬୭ ମିଟର ସହ କାଂସ୍ୟ ପଦକ ଜିତିଛନ୍ତି। ଦମ୍‌ଦାର ପ୍ରଦର୍ଶନ ସହ ପଞ୍ଚମ ପ୍ରୟାସରେ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ (୮୪.୭୭ ମିଟର) ଦେଇ କିଶୋର ପଞ୍ଚମ ସ୍ଥାନରେ ରହିଥିଲା ବେଳେ ଡିପି ମନୁ ୮୪.୧୪ ମିଟରରେ ତାଙ୍କ ତଳକୁ ରହି ଅଭିଯାନ ଶେଷ କରିଥିଲେ ।

ପୂର୍ବରୁ ଟୋକିଓ ଅଲିମ୍ପିକ୍ସରେ ଦେଶ ପାଇଁ ଗୋଲ୍ଡ ମେଡାଲ ଜିତିଥିଲେ ନୀରଜ। ଏବେ ନୀରଜଙ୍କ ସ୍ୱର୍ଣ୍ଣିମ ସଫଳତାରେ ସାରା ଦେଶ ଉତ୍ସବମୁଖର ହୋଇଯାଇଛି। କ୍ରୀଡାପ୍ରେମୀଙ୍କ ସହ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି।

Neeraj Chopra World Athletics Championships
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe