ମାଉଣ୍ଟ ମାଙ୍ଗାନୁଇ: ମାଉଣ୍ଟ ମାଙ୍ଗାନୁଇର ବେ ଓଭାଲରେ ଖେଳା ଯାଉଥିବା ତୃତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲ୍ୟାଣ୍ଡ ୨୪୩ ରନ୍ କରିଛି। ଦଳ ୪୯ ଓଭରରେ ଅଲ୍ଆଉଟ୍ ହୋଇଯାଇଥିଲା।
ଦଳ ପକ୍ଷରୁ ରସ୍ ଟେଲର ସର୍ବାଧିକ ୯୩ ରନ୍ କରିଥିବା ବେଳେ ଟମ୍ ଲାଥାମ୍ ୫୧ ଓ ଅଧିନାୟକ କେନ୍ ୱିଲିୟମସନ୍ ୨୮ ରନ୍ କରିଛନ୍ତି। ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ୍ କ୍ରିଜ୍ରେ ଅଧିକ ସମୟ ତିଷ୍ଠି ପାରି ନଥିଲେ। ଅନ୍ୟମାନେ ୧୨, ୧୩, ୧୫ ଓ ୭ ରନ୍ କରି ଆଉଟ୍ ହୋଇଯାଇଥିଲେ।
ଭାରତ ପକ୍ଷରୁ ଭୁବନେଶ୍ୱର କୁମାର ଏବଂ ମହମ୍ମଦ ଶାମି ଘାତକ ବୋଲିଂ କରି ନ୍ୟୁଜିଲ୍ୟାଣ୍ଡକୁ ପ୍ରାରମ୍ଭିକ ଝଟକା ଦେଇଥିଲେ। ଭୁବନେଶ୍ୱର ୨ଟି ଏବଂ ଶାମି ୩ଟି ୱିକେଟ୍ ନେଇଛନ୍ତି। ସେହିପରି ୟୁଜବେନ୍ଦର ଚହଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଦୁଇଟି ଲେଖାଏ ୱିକେଟ୍ ମିଳିଛି। କେଦାର ଯାଦବ ଏବଂ କୁଲଦୀପ ଯାଦବଙ୍କୁ କୌଣସି ୱିକେଟ୍ ମିଳି ନଥିଲା।
ଆଜି ଟସ୍ ଜିତିବା ପରେ ନ୍ୟୁଜିଲ୍ୟାଣ୍ଡ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ୨-୦ରେ ପଛୁଆ ଥିବା ନ୍ୟୁଜିଲ୍ୟାଣ୍ଡ ଟିମ୍ ଏହି ମ୍ୟାଚ୍ ଜିତି ସିରିଜ୍କୁ ଫେରିବା ଲକ୍ଷ୍ୟରେ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।