ଅସଗାବାତ: ତୁର୍କମେନିସ୍ତାନର ଅସଗାବାତରେ ଚାଲିଥିବା ପଞ୍ଚମ ଏସୀୟ ଇନଡୋର ଆଣ୍ଡ୍ ମାର୍ସଲ ଆର୍ଟସ୍ ଗେମ୍ସରେ ଓଡ଼ିଆ ଝିଅ ପୂର୍ଣ୍ଣିମା ହେମ୍ବ୍ରମଙ୍କୁ ମିଳିଛି ସଫଳତା। ମହିଳା ପେଣ୍ଟାଥଲନ୍ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପୂର୍ଣ୍ଣିମା। ୪୦୬୨ ପଏଣ୍ଟ ସହ ସେ ଭାରତ ପାଇଁ ସ୍ୱର୍ଣ୍ଣପଦକ ହାସଲ କରିଛନ୍ତି। ଏଥିସହ ଭାରତକୁ ଆଉ ଦୁଇଟି ରୌପ୍ୟ ପଦକ ଓ ଗୋଟିଏ କାଂସ୍ୟ ପଦକ ମଧ୍ୟ ମିଳିଛି। ମହିଳା ୩ ହଜାର ମିଟର ଦୌଡ଼ରେ ସଞ୍ଜିବନୀ ଯାଦବ ଏବଂ ପୁରୁଷ ସଟପୁଟରେ ତିଜେନ୍ଦର ସିଂ ରୌପ୍ୟ ପଦକ ଏବଂ ମହିଳା ଲଙ୍ଗ୍ ଜମ୍ପରେ ନୀନା ବାରାକିଲ କାଂସ୍ୟ ପଦକ ହାସଲ କରିଛନ୍ତି। ପୂର୍ଣ୍ଣିମାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।