ଭଦୋଦରା: ଚଳିତ ବିଜୟ ହଜାରେ ଟ୍ରଫିରେ ଓଡ଼ିଶା ତା'ର ତୃତୀୟ ମ୍ୟାଚରେ ପଞ୍ଜାବକୁ ଭେଟିବାର ଥିଲା, କିନ୍ତୁ ଏହି ମ୍ୟାଚକୁ ବର୍ଷା ଧୋଇ ଦେଇଛି। ମ୍ୟାଚ୍ ବାତିଲ ହେବା ଦ୍ୱାରା ଉଭୟ ଓଡ଼ିଶା ଓ ପଞ୍ଜାବ ଟିମ୍ ପଏଣ୍ଟ ଭାଗ କରିଛନ୍ତି। ଏହାକୁ ମିଶାଇ ଚଳିତ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶାର ଦୁଇଟି ମ୍ୟାଚ୍ ବାତିଲ ହୋଇଛି।
ଏହା ପୂର୍ବରୁ ଓଡ଼ିଶା ତା'ର ପ୍ରଥମ ମ୍ୟାଚରେ ବରୋଦା ସହ ମଧ୍ୟ ପଏଣ୍ଟ ଭାଗ କରିଥିଲା। କିନ୍ତୁ ବୁଧବାର ଓଡ଼ିଶା ଦ୍ୱିତୀୟ ମ୍ୟାଚରେ ହିମାଚଳ ପ୍ରଦେଶକୁ ୩ ରନରେ ହରାଇ ରୋମାଞ୍ଚକର ବିଜୟ ହାସଲ କରିଥିଲା। ବର୍ଷା ଯୋଗୁ ଏହି ମ୍ୟାଚ୍ ୨୧ ଓଭର ବିଶିଷ୍ଟ କରାଯାଇଥିଲା, ଯେଉଁଥିରେ ଓଡ଼ିଶା ୮ ୱିକେଟ୍ ହରାଇ ୧୪୫ ରନ୍ କରିଥିଲା।
ଜବାବରେ ହିମାଚଳ ପ୍ରଦେଶ ୯ ୱିକେଟ୍ ବିନିମୟରେ ୧୪୨ ରନ୍ କରିବାକୁ ସକ୍ଷମ ହୋଇଥିଲା। ଏବେ ଓଡ଼ିଶା ଏଲିଟ୍ ଗ୍ରୁପ୍-ବି'ରେ ୩ଟି ମ୍ୟାଚରୁ ମୋଟ ୮ ପଏଣ୍ଟ ପାଇଁ ଶୀର୍ଷରେ ରହିଛି। ଆସନ୍ତାକାଲି ଓଡ଼ିଶା ତା'ର ପରବର୍ତ୍ତୀ ମୁକାବିଲାରେ ହରିଆଣାକୁ ଭେଟିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଏସିଡ୍ ଆକ୍ରମଣ ଓ ଦୁଷ୍କର୍ମ ପୀଡିତାଙ୍କଠୁ ଚିକିତ୍ସା ଫି' ନେବା ଅପରାଧ
ଦୁଷ୍କର୍ମ ପୀଡ଼ିତା, ପୋକ୍ସୋ ମାମଲାର ପୀଡ଼ିତା ତଥା ଯୌନ ନିର୍ଯାତନାର ଶିକାର ହୋଇଥିବା ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବା ସମସ୍ତ ଡାକ୍ତରଖାନା, ନର୍ସିଂହୋମ୍, କ୍ଲିନିକ୍, ମେଡିକାଲ୍ ସେଣ୍ଟରର ଦାୟିତ୍ୱ ବୋଲି କୋର୍ଟ କହିଛନ୍ତି।
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।