ଅଗରତାଲା: ଚଳିତ ରଣଜୀ ଟ୍ରଫିର ଚତୁର୍ଥ ପର୍ଯ୍ୟାୟ ଆଜିଠାରୁ ଦେଶର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି। ଓଡ଼ିଶା ତା'ର ଚତୁର୍ଥ ମୁକାବିଲାରେ ତ୍ରିପୁରାକୁ ସାମ୍ନା କରିବ। ଅଗତାଲାର ମହାରାଜ ବୀର ବିକ୍ରମ କଲେଜ ଷ୍ଟାଡିୟମରେ ହେବାକୁଥିବା ଏହି ମ୍ୟାଚର ପ୍ରଥମ ଦିବସ ଖେଳ ବର୍ଷା ଏବଂ ଖରାପ ପାଗ ଯୋଗୁ ସମ୍ପୂର୍ଣ୍ଣ ଧୋଇ ହୋଇଯାଇଛି। ଏପରିକି ମ୍ୟାଚରେ ଟସ୍ ମଧ୍ୟ ପଡ଼ିପାରି ନାହିଁ।
ଶନିବାର ଅର୍ଥାତ୍ ଦ୍ୱିତୀୟ ଦିବସରେ ମଧ୍ୟ ବର୍ଷା ହେବାର ସମ୍ଭାବନା ଥିବା ଏଠାକାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଚଳିତ ରଣଜୀ ଟ୍ରଫିରେ ଓଡ଼ିଶା ଚମତ୍କାର ଆରମ୍ଭ କରିଛି। ଓଡ଼ିଶା ତା'ର ପ୍ରଥମ ତିନୋଟି ମ୍ୟାଚରେ ବୋନସ୍ ପଏଣ୍ଟ ସହ ବିଜୟ ହାସଲ କରିଛି। ଓଡ଼ିଶା ଏଲିଟ୍ ଗ୍ରୁପ୍-ସି'ରେ ୨୧ ପଏଣ୍ଟ ସହ ଶୀର୍ଷ ସ୍ଥାନରେ ରହିଛି।
ଓଡ଼ିଶା ପ୍ରଥମ ମ୍ୟାଚରେ ଛତିଶଗଡ଼କୁ ଇନିଂସ୍ ଓ ୩ ରନରେ ହରାଇଥିବା ବେଳେ ଦ୍ୱିତୀୟ ମ୍ୟାଚରେ ସର୍ଭିସେସକୁ ଇନିଂସ୍ ଓ ୩୧ ରନ୍ ଏବଂ ତୃତୀୟ ମ୍ୟାଚରେ ଉତ୍ତରାଖଣ୍ଡକୁ ୧୦ ୱିକେଟରେ ପରାସ୍ତ କରିଥିଲା। ଅନ୍ୟପକ୍ଷରେ ତ୍ରିପୁରା ଖେଳିଥିବା ତିନୋଟି ଯାକ ମ୍ୟାଚରେ ପରାସ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କବାଟ ଲକରେ କେମିତି ଝୁଲିଲେ ମହିଳା? ହତ୍ୟା ଅଭିଯୋଗ ଆଣିଲେ ସ୍ୱାମୀ
ମହିଳାଙ୍କ ମୃତଦେହ ତାଙ୍କ ଘର କବାଟର ଲକରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଛି ପୁଲିସ। ମହିଳାଙ୍କୁ ଜଣେ ପୁଲିସ କନଷ୍ଟେବଲ ହତ୍ୟା କରିଥିବା ତାଙ୍କ ସ୍ୱାମୀ ଅଭିଯୋଗ ଆଣିଛନ୍ତି।
Accident
ଅଭିନେତ୍ରୀଙ୍କ କାର ଧକ୍କାରେ ଶ୍ରମିକ ମୃତ, ଏକାଧିକ ଗୁରୁତର
ଲୋକପ୍ରିୟ ମରାଠି ଅଭିନେତ୍ରୀ ଉର୍ମିଳା କୋଠାରେ ଏକ ଶୁଟିଂ ସାରି ଘରକୁ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଥିଲା।
National
ଦିଲ୍ଲୀରେ ୧୦୧ ବର୍ଷର ରେକର୍ଡ ଭାଙ୍ଗିଲା ବର୍ଷା, ବାୟୁ ମାନରେ ଆସିଲା ଉନ୍ନତି
ଦିଲ୍ଲୀରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଫଳରେ ଦିନର ସର୍ବାଧିକ ତାପମାତ୍ରା ୧୩ ଡିଗ୍ରୀ ସେଲସିୟସକୁ ଖସିଛି। ବର୍ଷା କାରଣରୁ ବାୟୁ ଗୁଣବତ୍ତାରେ ଉନ୍ନତି ଘଟିଛି ଏବଂ ବର୍ତ୍ତମାନ ସହରରୁ GRAP-3ର ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି।
Politics
ଦିଲ୍ଲୀ ସରକାରଙ୍କ ଯୋଜନାର ତଦନ୍ତ ନିର୍ଦ୍ଦେଶ, ସମାଲୋଚନା କଲେ କେଜ୍ରିୱାଲ
ଦିଲ୍ଲୀ ଭୋଟରଙ୍କୁ ପ୍ରଭାବିତ କରିବାକୁ ପଞ୍ଜାବ ସରକାର ଟଙ୍କା ପଠାଉଥିବା ଅଭିଯୋଗ ଆଣିଲା କଂଗ୍ରେସ। 'ମହିଳା ସମ୍ମାନ ଯୋଜନା'ର ତଦନ୍ତ ନିର୍ଦ୍ଦେଶ ଦେଲେ ଉପରାଜ୍ୟପାଳ।
National
ଅଶ୍ଳୀଳ ଫଟୋ ଲିକ୍ କରିବାକୁ ଧମକ, ବନ୍ଧା ହେଲେ ଅଭିନେତା
ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିବା, ବ୍ୟକ୍ତିଗତ ଫଟୋ ଲିକ୍ କରିବାକୁ ଧମକ ଦେବା ଓ ଅମାନୁଷିକ ଭାବେ ମାଡ଼ ମରୁଥିବା ନେଇ ତାଙ୍କ ବିରୋଧରେ ଜଣେ ୨୯ ବର୍ଷୀୟ ଅଭିନେତ୍ରୀ ଅଭିଯୋଗ କରିଛନ୍ତି।