କଟକ: ଓଡ଼ିଶା ଅଲିମ୍ପିକ୍ ଆସୋସିଏସନ୍ (ଓଓଏ)ର କାର୍ଯ୍ୟକାରୀ ସମ୍ପାଦକ ହେଲେ ଯୁଗ୍ମ ସମ୍ପାଦକ ରବୀନ୍ଦ୍ର ପରିଡ଼ା। ରବୀନ୍ଦ୍ର ସାମୟିକ ଭାବେ ଏହି ପଦବୀରେ ରହି କାର୍ଯ୍ୟ ତୁଲାଇବେ। ଶନିବାର ଅନୁଷ୍ଠିତ ହୋଇଥିବା ଓଡ଼ିଶା ଅଲିମ୍ପିକ୍ ଆସୋସିଏସନ୍ କାଉନସିଲ୍ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ବୈଠକରେ ସର୍ବସମ୍ମତି ଭାବେ ଏହି ପ୍ରସ୍ତାବ ଗୃହୀତ ହୋଇଥିବା ଓଓଏର ଉପସଭାପତି ପ୍ରତାପ ଶତପଥୀ ସୂଚନା ଦେଇଛନ୍ତି।
ଓଓଏର ସାଧାରଣ ସଂପାଦକ ପଦରୁ ଆସନ୍ତା ଏପ୍ରିଲ୍ ୧୩ ପର୍ଯ୍ୟନ୍ତ ଦୂରେଇ ରହିବାକୁ ଗତ ବୁଧବାର ସୁପ୍ରିମ୍କୋର୍ଟ ଆଶୀର୍ବାଦ ବେହେରାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଓଓଏର ଜମି ଜବରଦଖଲ ମାମଲାର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ ଏହି ରାୟ ଦେବା ସହିତ ସେହିଦିନ ପର୍ଯ୍ୟନ୍ତ ସଂଘର ଯୁଗ୍ମ ସଂପାଦକଙ୍କୁ ସାଧାରଣ ସଂପାଦକ ଦାୟିତ୍ୱ ତୁଲାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଏ ମାମଲାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୩ରେ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।