ସୌରଭ ଗାଙ୍ଗୁଲି ପୁଣି ଡାକ୍ତରଖାନାରେ ଭର୍ତ୍ତି

କୋଲକାତା: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ଥିବା ସୌରଭ ଗାଙ୍ଗୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ ଓ ରିପୋର୍ଟ ପଜିଟିଭ୍ ଆସିଥିଲା। ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ହିଁ ସେ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗାଙ୍ଗୁଲିଙ୍କ ରକ୍ତ ନମୂନାକୁ ଜେନମ୍ ସିକ୍ୱେନ୍‌ସିଂ ପାଇଁ ପଠାଯିବ ବୋଲି ଜଣାପଡ଼ିଛି। ସେ ଓମିକ୍ରନ୍‌ରେ […]

Ganguli

Jitendra Garnayak
  • Published: Tuesday, 28 December 2021
  • , Updated: 28 December 2021, 10:50 AM IST

କୋଲକାତା: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନ ବିସିସିଆଇର ଅଧ୍ୟକ୍ଷ ଥିବା ସୌରଭ ଗାଙ୍ଗୁଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ଟେଷ୍ଟ କରିଥିଲେ ଓ ରିପୋର୍ଟ ପଜିଟିଭ୍ ଆସିଥିଲା। ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ହିଁ ସେ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।

ଗାଙ୍ଗୁଲିଙ୍କ ରକ୍ତ ନମୂନାକୁ ଜେନମ୍ ସିକ୍ୱେନ୍‌ସିଂ ପାଇଁ ପଠାଯିବ ବୋଲି ଜଣାପଡ଼ିଛି। ସେ ଓମିକ୍ରନ୍‌ରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ, ଜାଣିବା ପାଇଁ ଏହି ପରୀକ୍ଷା କରାଯିବ। କାରଣ ଇତି ମଧ୍ୟରେ ଭାରତରେ ଅନେକ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି।

ଚଳିତ ବର୍ଷ ତୃତୀୟ ଥର ପାଇଁ ଗାଙ୍ଗୁଲି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ପୂର୍ବରୁ ଛାତିରେ ଯନ୍ତ୍ରଣା ପାଇଁ ସେ ଦୁଇ ଥର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଜାନୁଆରୀ ମାସରେ ତାଙ୍କର ପ୍ରଥମେ ହୃଦ୍‌ଘାତ ହୋଇଥିଲା। କୋଲକାତା ସ୍ଥିତ ଘରେ ବ୍ୟାୟାମ କରିବା ବେଳେ ତାଙ୍କ ହୃଦ୍‌ଘାତ ହୋଇଥିଲା। ଏହା ପରେ ତାଙ୍କର ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା। ଏହାର ୨୦ ଦିନ ପରେ ପୁଣି ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା ଓ ସେତେବେଳେ ତାଙ୍କ ଠାରେ ଦ୍ୱିତୀୟ ଆଞ୍ଜିଓପ୍ଲାଷ୍ଟି କରାଯାଇଥିଲା।

Related story