Advertisment

ଟେବୁଲ ଟେନିସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଜିର ଦିନରେ ଭାରତର ଏହା ଦ୍ୱିତୀୟ ସ୍ୱର୍ଣ୍ଣ। ଏହା ପୂର୍ବରୁ ଲନ ବଲ ୱମେନ ଫୋରସରେ ଭାରତୀୟ ମହିଳା ଦଳ ଐତିହାସିକ ସ୍ୱର୍ଣ୍ଣ ଜିତିଥିଲା। ଏବେ ଭାରତୀୟ ପୁରୁଷ ଟେବୁଲ ଟେନିସ ଟିମ୍‌ ସ୍ୱର୍ଣ୍ଣ ପଦକ ହାତେଇଛି। ଟିଟି ଟିମ୍‌ ସିଙ୍ଗାପୁରକୁ ୩-୧ରେ ହରାଇ ଦେଇଛି। […]

author-image
Hemant Lenka
ଅଦ୍ୟତନ ହୋଇଛି
ଟେବୁଲ ଟେନିସରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ

TT

ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ଆଉ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ଟେବୁଲ ଟେନିସ ଟିମ୍‌ ସିଙ୍ଗାପୁରକୁ ହରାଇ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଆଜିର ଦିନରେ ଭାରତର ଏହା ଦ୍ୱିତୀୟ ସ୍ୱର୍ଣ୍ଣ। ଏହା ପୂର୍ବରୁ ଲନ ବଲ ୱମେନ ଫୋରସରେ ଭାରତୀୟ ମହିଳା ଦଳ ଐତିହାସିକ ସ୍ୱର୍ଣ୍ଣ ଜିତିଥିଲା।

Advertisment

ଏବେ ଭାରତୀୟ ପୁରୁଷ ଟେବୁଲ ଟେନିସ ଟିମ୍‌ ସ୍ୱର୍ଣ୍ଣ ପଦକ ହାତେଇଛି। ଟିଟି ଟିମ୍‌ ସିଙ୍ଗାପୁରକୁ ୩-୧ରେ ହରାଇ ଦେଇଛି। ୨୦୧୮ରେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବି ଭାରତୀୟ ଟିଟି ଟିମ୍‌ ସ୍ୱର୍ଣ୍ଣ ପଦକ ଜିତିଥିଲା।

ଆଜିର ସ୍ୱର୍ଣ୍ଣ ଲଢ଼େଇର ପ୍ରଥମ ଟାଇରେ ହରମିତ ଦେଶାଇ ଓ ସାଥିୟାନ ଗଣଶେଖରନଙ୍କ ଯୋଡ଼ି ୩-୦ରେ ସିଙ୍ଗାପୁରର ୟୋଙ୍ଗ ଇଜାକ କ୍ୟୁ ଓ ୱା ପାଙ୍ଗଙ୍କୁ ହରାଇଥିଲେ। ତେବେ ଦ୍ୱିତୀୟ ଟାଇରେ ଅଭିଜ୍ଞ ଶରତ କମଲ ୩-୧ ସେଟରେ ହାରି ଯାଇଥିଲେ। ଫଳରେ ସ୍ଥିତି ୧-୧ରେ ବରାବର ହୋଇ ଯାଇଥିଲେ।

Advertisment

ଏହାପରେ ସାଥିୟାନ ନିଜର ଏକକ ବର୍ଗରେ ଦମଦାର ପ୍ରଦର୍ଶନ କରି ୩-୧ରେ ଟାଇକୁ ଜିତି ପୁଣି ଭାରତକୁ ଆଗୁଆ କରି ଦେଇଥିଲେ। ୪ର୍ଥ ଟାଇରେ ଦେଶାଇଙ୍କ ମୁକାବିଲା ଶରତ କମଲଙ୍କୁ ହରାଇଥିବା ଝେ ଚେୱିଙ୍କ ସହ ହୋଇଥିଲା। କିନ୍ତୁ ଦେଶାଇ ନିଜର ଜଲୱା ଦେଖାଇ ତାଙ୍କୁ ୩-୦ରେ ପରାସ୍ତ କରି ଦେଇଥିଲେ। ଏଥିସହ ଆଉ ଗୋଟିଏ ଟାଇ ପୂର୍ବରୁ ହିଁ ଭାରତୀୟ ଟିମ୍‌ ସ୍ୱର୍ଣ୍ଣ ପଦକୁ କବଜା କରି ନେଇଥିଲା।


ଏହାକୁ ମିଶାଇ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଏଥିରେ ୫ ସ୍ୱର୍ଣ୍ଣ, ୩ଟି ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ରହିଛି।