Advertisment

ପ୍ରମୋଦ ଭଗତ ପାଇବେ ‘ଖେଳରତ୍ନ’, ବୀରେନ୍ଦ୍ର ଓ ଅମିତଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ: ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଆ ପୁଅ ପ୍ରମୋଦ ଭଗତ ପାଇବେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନ ଚାନ୍ଦ ‘ଖେଳ ରତ୍ନ’ ପୁରସ୍କାର। ପ୍ରମୋଦଙ୍କ ସମେତ ମୋଟ ୧୨ ଜଣ କ୍ରୀଡ଼ାବିତଙ୍କୁ ଚଳିତ ବର୍ଷ ‘ଖେଳ ରତ୍ନ’ ପୁରସ୍କାରରେ ସମ୍ମାନିତ କରାଯିବ। ଏ ନେଇ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗତ ବୁଧବାର ଜାତୀୟ କ୍ରୀଡ଼ା ପୁରସ୍କାର କମିଟି ପ୍ରମୋଦ ନାଁ ‘ଖେଳ ରତ୍ନ’ ପାଇଁ ସୁପାରିସ୍ କରିଥିଲା। ଆଉ […]

ଅଦ୍ୟତନ ହୋଇଛି
ପ୍ରମୋଦ ଭଗତ ପାଇବେ ‘ଖେଳରତ୍ନ’, ବୀରେନ୍ଦ୍ର ଓ ଅମିତଙ୍କୁ ଅର୍ଜୁନ ପୁରସ୍କାର

pramod

Advertisment

ନୂଆଦିଲ୍ଲୀ: ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଆ ପୁଅ ପ୍ରମୋଦ ଭଗତ ପାଇବେ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନ ଚାନ୍ଦ ‘ଖେଳ ରତ୍ନ’ ପୁରସ୍କାର। ପ୍ରମୋଦଙ୍କ ସମେତ ମୋଟ ୧୨ ଜଣ କ୍ରୀଡ଼ାବିତଙ୍କୁ ଚଳିତ ବର୍ଷ 'ଖେଳ ରତ୍ନ' ପୁରସ୍କାରରେ ସମ୍ମାନିତ କରାଯିବ। ଏ ନେଇ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗତ ବୁଧବାର ଜାତୀୟ କ୍ରୀଡ଼ା ପୁରସ୍କାର କମିଟି ପ୍ରମୋଦ ନାଁ 'ଖେଳ ରତ୍ନ' ପାଇଁ ସୁପାରିସ୍ କରିଥିଲା। ଆଉ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ଏଥିରେ ମୋହର୍ ମାରିଛି। ପ୍ରମୋଦ ପ୍ରଥମ ଓଡ଼ିଆ କ୍ରୀଡ଼ାବିତ୍ ଭାବେ ‘ଖେଳ ରତ୍ନ’ ପୁରସ୍କାର ପାଇବେ। ଏହା ପୂର୍ବରୁ କୌଣସି ଓଡ଼ିଆଙ୍କୁ ‘ଖେଳ ରତ୍ନ’ରେ ସମ୍ମାନିତ କରାଯାଇନଥିଲା। ସେହିପରି ଓଡ଼ିଆ ହକି ଷ୍ଟାର୍ ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ଅର୍ଜୁନ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।

Advertisment

ପ୍ରମୋଦଙ୍କ ବ୍ୟତୀତ 'ଖେଳ ରତ୍ନ' ପାଇବାକୁ ଥିବା ଅନ୍ୟ କ୍ରୀଡ଼ାବିତ୍ ମାନେ ହେଲେ ଟୋକିଓ ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରା, ରେସଲର୍ ରବି ଦାହିୟା, ଭାରତୀୟ ହକି ଦଳର ଗୋଲକିପର ପିଆର୍ ଶ୍ରୀଜେଶ, ଭାରତୀୟ ପୁରୁଷ ହକି ଟିମ୍ କ୍ୟାପଟେନ୍ ମନପ୍ରୀତ ସିଂହ, ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ମହିଳା ବକ୍ସର ଲଭଲିନ୍ ବୋର୍ଗୋହେନ୍, ଫୁଟବଲର ସୁନୀଲ ଛେତ୍ରୀ, ମହିଳା କ୍ରିକେଟର୍ ମିତାଲୀ ରାଜ, ଆଥଲେଟ୍ ସୁମିତ୍ ଅନ୍ତିଲ୍, ପାରା ଶୁଟର୍ ଅବନୀ ଲେଖରା, ପାରା ବ୍ୟାଡମିଣ୍ଟନ୍ ଖେଳାଳି କ୍ରିଷ୍ଣା ନାଗର ଓ ପାରା ଶୁଟର୍ ଏମ୍ ନରୱାଲ୍। ଆସନ୍ତା ନଭେମ୍ବର ୧୩ ତାରିଖରେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସମସ୍ତ ବିଜେତାଙ୍କୁ ପୁରସ୍କୃତ କରିବେ।

ଚଳିତଥର ମୋଟ ୩୫ ଜଣଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯିବ। ପାରା ଟେବୁଲ୍ ଟେନିସ୍ ଷ୍ଟାର୍ ଭାବିନା ପଟେଲ୍, ପାରା ଆର୍ଚର୍ ହରବିନ୍ଦର ସିଂହ ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେବେ। ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ପୁରୁଷ ହକି ଟିମର ୧୬ ଜଣ ଖେଳାଳି ଅର୍ଜୁନ ପୁରସ୍କାରରେ ସମ୍ମାନିତ ହେବେ। ହକି ଖେଳାଳିଙ୍କ ମଧ୍ୟରେ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ରହିଛନ୍ତି। ସେହିପରି ଚଳିତ ବର୍ଷ ୧୦ ଜଣଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର, ୫ ଜଣଙ୍କୁ ଧ୍ୟାନ ଚାନ୍ଦ ଲାଇଫ୍ ଟାଇମ୍ ଆଚିମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯିବ।

Advertisment

୨୦୨୧ ବର୍ଷ ଭାରତୀୟ କ୍ରୀଡ଼ା ଜଗତ ପାଇଁ ବେଶ୍ ସ୍ମରଣୀୟ ବର୍ଷ ରହିଛି। ଭାରତୀୟ କ୍ରୀଡ଼ାବିତ୍ ଭାବେ ଉଭୟ ଟୋକିଓ ଅଲିମ୍ପିକ୍ସ ଓ ଟୋକିଓ ପାରାଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ ଦେଶକୁ ଗୌରବାନ୍ୱିତ କରିଥିଲେ। ଚଳିତ ବର୍ଷ ଟୋକିଓରେ ଆୟୋଜିତ ପାରାଲିମ୍ପିକ୍ସରେ ପ୍ରମୋଦ ପୁରୁଷ ସିଙ୍ଗଲ୍ସ ଏସଏଲ୍-୩ ବ୍ୟାଡମିଣ୍ଟନ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିଲେ। ପାରାଲିମ୍ପିକ୍ସ ପୂର୍ବରୁ ପ୍ରମୋଦଙ୍କ ନାଁ ‘ଖେଳ ରତ୍ନ’ ପାଇଁ ସୁପାରିସ୍ କରାଯାଇଥିଲା। ସେହିପରି ଟୋକିଓ ଅଲିମ୍ପିକ୍ସରେ ନୀରଜ ଚୋପ୍ରା ଜାଭେଲିନ୍ ଥ୍ରୋ’ରେ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ। ସେ ଭାରତର ପ୍ରଥମ କ୍ରୀଡ଼ାବିତ୍ ଭାବେ ଅଲିମ୍ପିକ୍ସର ଆଥଲେଟିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିଲେ।

ସୂଚନାଯୋଗ୍ୟ, ଚଳିତ ବର୍ଷ ଅଗଷ୍ଟ ମାସରେ ଦେଶର କ୍ରୀଡ଼ାବିତ୍ ମାନଙ୍କୁ ପ୍ରଦାନ କରାଯାଉଥିବା ସମ୍ମାନଜନକ ‘ଖେଳରତ୍ନ ପୁରସ୍କାର’ର ନାଁ ବଦଳାଇ ଦିଆଯାଇଥିଲା। ପୂର୍ବରୁ ଏହାକୁ ‘ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର’ କୁହାଯାଉଥିବା ବେଳେ ଏବେ ଏଥିରୁ ରାଜୀବ ଗାନ୍ଧୀଙ୍କ ନାଁକୁ ହଟାଇ ଦିଆଯାଇଥିବା ବେଳେ ଏବେ ଏହାକୁ ‘ମେଜର ଧ୍ୟାନ ଚାନ୍ଦ ଖେଳରତ୍ନ ପୁରସ୍କାର‘ ନାଁରେ ନାମିତ କରାଯାଇଥିଲା।

Pramod Bhagat
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe