ମୀରପୁର: ଆଜି ଏସିଆ କପ୍ର ଏକ ମ୍ୟାଚରେ ଭାରତ ୯ ୱିକେଟରେ ୟୁଏଇକୁ ହରାଇଥିବା ବେଳେ ଏହା ଥିଲା ପବନ ନେଗୀଙ୍କ ପଦାର୍ପଣ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍। ପ୍ରଥମ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟିରେ ପବନକୁ ସଫଳତା ମଧ୍ୟ ମିଳିଛି। ଏହି ବାମହାତୀ ବୋଲର ଓ ବ୍ୟାଟ୍ସମ୍ୟାନ ଆଜି ବ୍ୟାଟିଂ କରିବାର ସୁଯୋଗ ପାଇ ନ ଥିବା ବେଳେ ୩ ଓଭର ବୋଲିଂ କରିଥିଲେ। ୩ ଓଭର ବୋଲିଂ କରି ୧୬ ରନ ବିନିମୟରେ ସେ ଗୋଟିଏ ୱିକେଟ୍ ଅକ୍ତିଆର କରିଥିଲେ। ତାଙ୍କର ଏକ ବଲରେ ୟୁଏଇର ମହମ୍ମଦ ଉସମାନ ହରଭଜନ ସିଂହ ହାତରେ କ୍ୟାଚ୍ ଆଉଟ୍ ହୋଇଥିଲେ।
ପୂର୍ବରୁ ଏୟାର ଇଣ୍ଡିଆ, ଚେନ୍ନାଇ ସୁପରକିଙ୍ଗସ ପାଇଁ ଖେଳିଥିବା ନେଗୀ ଏବେ ଆଇପିଏଲ ପାଇଁ ଦିଲ୍ଲୀ ଡୟାରଡେଭିଲ୍ସରେ ସ୍ଥାନ ପାଇଛନ୍ତି। ସେ ଚଳିତ ମାସରୁ ଆରମ୍ଭ ହେବାକୁ ଥିବା ଆଇସିସି ଟି-ଟ୍ୱେଣ୍ଟି ବିଶ୍ୱକପ୍ ଦଳରେ ମଧ୍ୟ ଭାରତୀୟ ଦଳରେ ସଦସ୍ୟ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।