ନୂଆଦିଲ୍ଲୀ: ରିଓ ଅଲିମ୍ପିକ୍ରେ ଭାରତ ମାତ୍ର ୨ଟି ପଦକ ହାସଲ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୋକିଓ ଅଲିମ୍ପିକ୍ ପ୍ରସ୍ତୁତି ପାଇଁ ଆକ୍ସନ ପ୍ଲାନ ଓ ଟାସ୍କ ଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଆସନ୍ତା କିଛି ଦିନ ମଧ୍ୟରେ କିଛି ବିଶେଷଜ୍ଞଙ୍କୁ ନେଇ ଏହି ଟିମ୍ କାର୍ଯ୍ୟ ଆରମ୍ଭ କରିବ ବୋଲି ମୋଦି ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,“୨୦୨୦,୨୦୨୪ ଓ ୨୦୨୮ ଅଲିମ୍ପିକ୍ ପ୍ରସ୍ତୁତି ପାଇଁ ଏକ ଟାସ୍କଫୋର୍ସ ଗଠନ କରିବାକୁ ମୁଁ ନିର୍ଦ୍ଦେଶ ଦେଇଛି। ଖୁବଶୀଘ୍ର ଏକ ଟିମ୍ ଗଠନ କରାଯାଇ ଆକ୍ସନ ପ୍ଲାନ ପ୍ରସ୍ତୁତ ହେବ। ଏହି ଟାକ୍ସଫୋର୍ସ ଖେଳାଳିଙ୍କ ପାଇଁ ସୁବିଧା ସୁଯୋଗ, ଟ୍ରେନିଂ ଓ ରଣକୌଶଳ ପ୍ରସ୍ତୁତ କରିବ।”
ଭାରତ ରିଓ ଅଲିମ୍ପିକ୍ ପାଇଁ ୧୧୮ ଜଣ ପ୍ରତିଯୋଗୀଙ୍କୁ ପଠାଇଥିଲା। ବ୍ୟାଡମିଣ୍ଟନ୍ରେ ପିଭି ସିନ୍ଧୁ ସିଲଭର ହାସଲ କରିଥିବା ବେଳେ ସାକ୍ଷୀ ମଲିକ ମହିଳା କୁସ୍ତିରେ ବ୍ରୋଞ୍ଜ ପଦକ ଜିତିଥିଲେ। ଭାରତ ମେଡାଲ ଟାଲିରେ ୬୭ତମ ସ୍ଥାନରେ ରହି ଅଲିମ୍ପିକ୍ ଯାତ୍ରା ଶେଷ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।