ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଣି ଚମକିଛନ୍ତି ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ରାଜିଲ୍ ପରେ ପେରୁ ପାରା-ବ୍ୟାଡମିଣ୍ଟନ୍ ଇଣ୍ଟରନ୍ୟାଶନାଲ୍ ଟୁର୍ଣ୍ଣାମେଣ୍ଟରେ ମଧ୍ୟ ପ୍ରମୋଦ ଡବଲ୍ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ପ୍ରମୋଦ ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ବିଭାଗରେ ଏହି ସଫଳତା ଆଣିଛନ୍ତି।
ପୁରୁଷ ସିଙ୍ଗଲ୍ସର ଫାଇନାଲ୍ ମୁକାବିଲାରେ ପ୍ରମୋଦ ନିଜ ଦେଶର ନିତେଶ କୁମାରଙ୍କୁ ୨୧-୧୮, ୧୫-୨୧, ୨୧-୧୪ ଗେମରେ ପରାସ୍ତ କରିଛନ୍ତି। ସେହିପରି ମନୋଜ ସରକାରଙ୍କୁ ସାଥୀ କରି ପ୍ରମୋଦ ପୁରୁଷ ଡବଲ୍ସ ଟାଇଟଲ୍ ମୁକାବିଲାରେ ଫ୍ରାନ୍ସ ଯୋଡ଼ି ଗୁଇଲମ୍ ଗାଲୀ ଓ ମାଥ୍ୟୁ ଥୋମାସଙ୍କୁ ସିଧାସଳଖ ୨୧-୧୯, ୨୧-୯ ଗେମରେ ହରାଇ ସ୍ୱର୍ଣ୍ଣ ପଦକ କବଜା କରିଛନ୍ତି।
ଏହା ପୂର୍ବରୁ ଚଳିତମାସରେ ବ୍ରାଜିଲ୍ ପାରା ବ୍ୟାଡମିଣ୍ଟନ୍ ଟୁର୍ଣ୍ଣାମେଣ୍ଟରେ ମଧ୍ୟ ପ୍ରମୋଦ ଉଭୟ ସିଙ୍ଗଲ୍ସ ଓ ଡବଲ୍ସରେ ଶୀର୍ଷ ସ୍ଥାନ ଅକ୍ତିଆର କରିଥିଲେ। ପ୍ରମୋଦଙ୍କ ଏହି ସଫଳତା ପାଇଁ ତାଙ୍କୁ ଚାରିଆଡ଼ୁ ଅଭିନନ୍ଦନ ଜ୍ଞାପନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
HMPV ନୂଆ ଭାଇରସ ନୁହେଁ, ଆତଙ୍କିତ ନ ହେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ପରାମର୍ଶ
ଏଚଏମପିଭି କୌଣସି ନୂଆ ପ୍ରକାରର ଭାଇରସ ନୁହେଁ। ତେଣୁ ଦେଶବାସୀ ବ୍ୟସ୍ତ ହୁଅନ୍ତୁ ନାହିଁ। ଏହି ଭାଇରସ ପ୍ରଥମେ ୨୦୦୧ରେ ଚିହ୍ନଟ ହୋଇଥିଲା। ସେବେଠାରୁ ଏହା ବିଶ୍ୱର ବିଭିନ୍ନ ସ୍ଥାନରେ ରହିଛି ବୋଲି ନଡ୍ଡା କହିଛନ୍ତି।
National
ଆତ୍ମହତ୍ୟା କରିଥିବା ଅତୁଲଙ୍କ ପତ୍ନୀଙ୍କୁ କୋର୍ଟଙ୍କ ପ୍ରଶ୍ନ: କାହିଁକି ତୁମେ ତଦନ୍ତ ଚାହୁଁନ?
ବେଙ୍ଗାଲୁରୁରେ ଗୋଟିଏ ଅଟୋମୋବାଇଲ କମ୍ପାନୀରେ କାମ କରୁଥିବା ଅତୁଲଙ୍କୁ ଛାଡ଼ପତ୍ର ବିବାଦର ସମାଧାନ ପାଇଁ ପତ୍ନୀ ନିକତା ୩ କୋଟି ଟଙ୍କା ମାଗୁଥିଲେ। ଏପରି କି ସେ ତାଙ୍କୁ କୋର୍ଟକୁ ଟାଣି ମାନସିକ ଚାପ ପକାଉଥିଲେ।
National
୪ ଦଶନ୍ଧିର ସେବା ପରେ ଅବସର ନେଲେ କାନ୍ଦାହାର ଅପହରଣର ହିରୋ ଦେବୀ ଶାରନ
କର୍ଣ୍ଣାଲ ଫ୍ଲାଇଂ କ୍ଲବରୁ ୧୯୮୪ରେ କ୍ୟାପ୍ଟେନ ଦେବୀ ଶାରନଙ୍କ ବେସାମରିକ ବିମାନ ଚଳାଚଳ ଯାତ୍ରା ଆରମ୍ଭ ହୋଇଥିଲା। ୧୯୮୫ରେ ସେ ଇଣ୍ତିଆନ ଏୟାରଲାଇନ୍ସରେ ଯୋଗ ଦେଇଥିଲେ।
Health
ଡରାଇଲା ଚାଇନା ଭାଇରସ: ୩ ଆକ୍ରାନ୍ତ ଚିହ୍ନଟ ପରେ ମାସ୍କ ପିନ୍ଧିବାକୁ ପରାମର୍ଶ, ମାର୍ଗଦର୍ଶିକା ଜାରି
ଦେଶରୁ ୩ଟି ଏଚଏମପିଭି ଆକ୍ରାନ୍ତ ହେବାରୁ ବିଭିନ୍ନ ରାଜ୍ୟ ପକ୍ଷରୁ ସ୍ୱାସ୍ଥ୍ୟଗତ ମାର୍ଗଦର୍ଶିକା ଜାରି କରାଯାଇଛି।
National
୨ ପିଲାଙ୍କୁ ମାରିବା ପରେ ଜୀବନ ହାରିଲେ ବାପା-ମା’
ଅନୂପଙ୍କ ଘର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ହୋଇଥିବା ବେଳେ ସେ ବେଙ୍ଗାଲୁରୁରେ ସଫ୍ଟୱେୟାର କନସଲଟାଣ୍ଟ ଭାବେ କାମ କରନ୍ତି।