ନୂଆଦିଲ୍ଲୀ: ବୁଧବାର ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟରେ ଶତକୀୟ ଇନିଂସ୍ ଖେଳିଥିବା ରୋହିତ୍ ଶର୍ମା ଏକ ନୂଆ ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ଶତକ ସହ ଭାରତ ମାଟିରେ ରୋହିତଙ୍କର ବ୍ୟାଟିଂ ଆଭରେଜ୍ ୯୮.୨୨ ହୋଇଛି। ସେ ଭାରତରେ ଖେଳିଥିବା ୧୫ ଇନିଂସରୁ ଏପର୍ଯ୍ୟନ୍ତ ୮୮୪ ରନ୍ କରିଛନ୍ତି।
ସେ ଭାରତରେ ୪ ଶତକ ଓ ୫ ଅର୍ଦ୍ଧଶତକ ମାରିଛନ୍ତି। ତାଙ୍କର ଏହି ଆଭରେଜ୍ ୧୦ରୁ ଅଧିକ ଇନିଂସ୍ ଖେଳିଥିବା ସବୁ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଯୁଗ୍ମ ଭାବେ ସର୍ବାଧିକ। ରୋହିତ୍ ଏବେ କିମ୍ବଦନ୍ତୀ ସାର୍ ଡନ୍ ବ୍ରାଡମ୍ୟାନଙ୍କ ସମକକ୍ଷ ହୋଇଛନ୍ତି, ଯିଏ ୫୦ ଇନିଂସରେ ୯୮.୨୨ ହାରରେ ୪୩୨୨ ରନ୍ କରିଥିଲେ।
ତେବେ ରୋହିତ୍ ଏହି ରେକର୍ଡକୁ ବଜାୟ ରଖିପାରୁଛନ୍ତି କି ନାହିଁ, ତାହା ଆଗାମୀ ଦିନରେ ଜଣାପଡ଼ିବ। ଆଜିର ଶତକକୁ ମିଶାଇ ରୋହିତ୍ ଟେଷ୍ଟ କ୍ରିକେଟରେ ୧୭୦୦ ରନ୍ ପୂରଣ କରିଛନ୍ତି। ହେଲେ ଭାରତ ବାହାରେ ଅର୍ଥାତ୍ ବିଦେଶରେ ରୋହିତ୍ ୩୩ ଇନିଂସରେ ମାତ୍ର ୮୧୬ ରନ୍ କରିଛନ୍ତି, ଯେଉଁଥିରେ ୫ ଅର୍ଦ୍ଧଶତକ ସାମିଲ୍ ଅଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।