ନୂଆଦିଲ୍ଲୀ: ଜାପାନର ଜାକାର୍ତାରେ ଗତକାଲି ବିଶ୍ୱ ବ୍ୟାଡମିଣ୍ଟନ୍ ଚମ୍ପିଅନସିପରେ ରୌପ୍ୟ ପଦକ ଜିତିଥିବା ସାଇନା ନେହୱାଲଙ୍କୁ ସୋମବାର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁଏଇ ଗସ୍ତରେ ଥିବା ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ଏହି ବ୍ୟାଡମିଣ୍ଟନ ତାରକାଙ୍କୁ। ସେ ଲେଖିଛନ୍ତି, ସାଇନାଙ୍କ ସଫଳତା ପ୍ରେରଣାଦାୟୀ।
ବିଶ୍ୱର ୨ ନମ୍ବର ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ଗତ କାଲି ବିଶ୍ୱବ୍ୟାଡମିଣ୍ଟନ ଚାମ୍ପିଅନସିପରେ ସ୍ପେନର କାରୋଲିନା ମାରିନଙ୍କ ଠାରୁ ହାରି ଯାଇଥିଲେ। ତେବେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପର ଫାଇନାଲରେ ଖେଳି ଦୁଇଟି ରେକର୍ଡ ସ୍ଥାପନ କରିଛନ୍ତି ସାଇନା। ପ୍ରଥମଟି ହେଉଛି- ବିଶ୍ୱବ୍ୟାଡମିଣ୍ଟନ ଚାମ୍ପଅନସିପର ଫାଇନାଲରେ ପହଞ୍ଚିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ । ଦ୍ୱିତୀୟ- ଫାଇନାଲରେ ହାରିଯାଇଥିଲେ ବି ରୌପ୍ୟ ପଦକ ପାଇଥିଲେ ସାଇନା। ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ରୌପ୍ୟପଦକ ପାଇବାରେ ବି ସେ ବନି ଯାଇଛନ୍ତି ପ୍ରଥମ ଭାରତୀୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।