କଟକ (ଓଡ଼ିଶା ରିପୋର୍ଟର): ବହୁ ପ୍ରତୀକ୍ଷିତ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ) ନିର୍ବାଚନର ଫଳାଫଳ ଘୋଷଣା ହୋଇଛି। ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ପୁଅ ସଞ୍ଜୟ ବେହେରା ନୂଆ ସମ୍ପାଦକ ଭାବେ ନିର୍ବାଚିତ ହୋଇଛନ୍ତି। ଶୁକ୍ରବାର ସକାଳ ସାଢ଼େ ୧୧ଟା ବେଳେ ଆରମ୍ଭ ହୋଇଥିବା ଭୋଟ୍ ପର୍ଯ୍ୟାୟ ଅପରାହ୍ଣ ୨ଟା ବେଳେ ଶେଷ ହୋଇଥିଲା।
୪ଟା ବେଳେ ନିର୍ବାଚନ ଫଳାଫଳ ଘୋଷଣା ହୋଇଥିଲା, ଯେଉଁଥିରେ ସଞ୍ଜୟ ବେହେରାଙ୍କ ସପକ୍ଷରେ ୭୩ରୁ ୪୫ ଭୋଟ ଯାଇଥିବା ବେଳେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ନବ ପଟ୍ଟନାୟକଙ୍କ ସପକ୍ଷରେ ମାତ୍ର ୨୫ ଭୋଟ୍ ଯାଇଥିଲା।
ସେହିପରି ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି, ଉପସଭାପତି ଭାବେ ଅକ୍ଷୟ ସାମଲ, କୋଷାଧ୍ୟକ୍ଷ ଭାବେ ବିକାଶ ପ୍ରଧାନ ଏବଂ ଯୁଗ୍ମ ସମ୍ପାଦକ ଭାବେ ମେହତାବ ଖାଁ ନିର୍ବାଚିତ ହୋଇଛନ୍ତି। ଓସିଏର ପୂର୍ବତନ ସମ୍ପାଦକ ଏବଂ ଫୁଟବଲ ଆସୋସିଏସନ୍ ଅଫ୍ ଓଡ଼ିଶା (ଫାଓ)ର ସମ୍ପାଦକ ସଞ୍ଜୟ ନିର୍ବାଚନ ଜିତିବା ପରେ ନିଜ ସମର୍ଥକଙ୍କୁ ଧନ୍ୟବାଦ ଜଣାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମିଲିଟାରୀ କଲୋନୀରୁ ମିଳିଥିଲା ନାବାଳିକାଙ୍କ ମୃତଦେହ, ବନ୍ଧା ହେଲେ ପଡ଼ୋଶୀ ଯୁବକ
ଏହି ମାମଲାର ଖୋଳତାଡ଼ କରି ପୁଲିସ୍ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଜଣକ ମୃତା ନାବାଳିକାଙ୍କ ପଡ଼ୋଶୀ ବୋଲି ଜଣାଯାଇଛି।
National
ପୂର୍ବତନ ଗୃହ ସଚିବ ଅଜୟ ଭଲ୍ଲା ମଣିପୁର ରାଜ୍ୟପାଳ
କେରଳ ଓ ବିହାର ରାଜ୍ୟପାଳଙ୍କୁ ଅଦଳବଦଳ କରାଯାଇଛି। କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନଙ୍କୁ ବିହାରକୁ ବଦଳି କରାଯାଇଥିବା ବେଳେ ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ କେରଳର ରାଜ୍ୟପାଳ କରାଯାଇଛି।
National
ମିଲିଟାରୀ ଅଞ୍ଚଳରୁ ମିଳିଲା ନିଖୋଜ ନାବାଳିକାଙ୍କ ମୃତଦେହ, ପରିବାର ଲୋକ ଆଣିଲେ ଦୁଷ୍କର୍ମ ଅଭିଯୋଗ
ଗତକାଲି ସନ୍ଧ୍ୟାରୁ ନାବାଳିକା ଜଣଙ୍କ ନିଖୋଜ ରହିଥିଲେ। ବାପା ମା’ ରାତି ତମାମ ନିଖୋଜ ଝିଅକୁ ଖୋଜିଥିଲେ ହେଁ କୌଣସି ପ୍ରକାରର ସୁଫଳ ପାଇ ନଥିଲେ।
National
୩୫୦ ଫୁଟ ତଳକୁ ଖସିଲା ସେନା ଗାଡ଼ି, ୫ ଯବାନ ମୃତ
ବର୍ତ୍ତମାନ ସୁଦ୍ଧା ୫ ଜଣ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତ ଯବାନମାନଙ୍କୁ ଉଦ୍ଧାର କରାଯାଇ ଏବେ ହସ୍ପିଟାଲରେ ଭର୍ତ୍ତି କରାଯାଉଛି।
Politics
ଅନାସ୍ଥା ପ୍ରସ୍ତାବକୁ ନେଇ ମୁହଁ ଖୋଲିଲେ ରାଜ୍ୟସଭା ଅଧ୍ୟକ୍ଷ: କହିଲେ- ବାଇପାସ ସର୍ଜରୀ ପାଇଁ ପରିବାର କଟା ଛୁରୀ
ଆଜି ପ୍ରଥମଥର ପାଇଁ ଉପ ରାଷ୍ଟ୍ରପତି ତଥା ରାଜ୍ୟସଭାର ଅଧ୍ୟକ୍ଷ ଜଗଦୀପ ଧନଖଡ଼ ଏହି ଅନାସ୍ଥା ପ୍ରସ୍ତାବ ଉପରେ ମୁହଁ ଖୋଲିଛନ୍ତି।