ମୁମ୍ବାଇ: ଶଶାଙ୍କ ମନୋହର ହେଲେ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ନୂଆ ଅଧ୍ୟକ୍ଷ। ଆଜି ମୁମ୍ୱାଇରେ ଅନୁଷ୍ଠିତ ବିସିସିଆଇର ସ୍ୱତନ୍ତ୍ର ସାଧାରଣ ପରିଷଦ ବୈଠକରେ ସେ ନିର୍ଦ୍ୱନ୍ଦ୍ୱରେ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି। ମନୋହର ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ଏଥର ଅଧ୍ୟକ୍ଷ ମନୋନୟନର ପାଳି ଇଷ୍ଟ ଜୋନର ଥିବା ବେଳେ ଓଡିଶା କ୍ରିକେଟ ଆସୋସିଏସନ୍ ସମେତ ଇଷ୍ଟ ଜୋନର ସମସ୍ତ ୬ଟି ଯାକ ସଦସ୍ୟ ମନୋହରଙ୍କୁ ମନୋନୀତ କରିଥିବା ଜଣାପଡିଛି। ତାଙ୍କ ପ୍ରତି ଉଭୟ ଶରଦ ପାୱାର ଓ ଅନୁରାଗ ଠାକୁରଙ୍କ ଗୋଷ୍ଠୀଙ୍କ ମଧ୍ୟ ସମର୍ଥନ ରହିଥିଲା। ଜଗମୋହନ ଡାଲମିଆଙ୍କ ମୃତ୍ୟୁ ପରେ ବିସିସିଆଇ ଅଧ୍ୟକ୍ଷ ପଦବୀ ଖାଲି ପଡ଼ିଥିଲା। ଶଶାଙ୍କ ମନୋହର ଦ୍ୱିତୀୟ ଥର ପାଇଁ ବିଶ୍ୱର ସବୁଠାରୁ ପ୍ରଭାବଶାଳୀ କ୍ରିକେଟ ବୋର୍ଡର ଅଧ୍ୟକ୍ଷ ଦାୟିତ୍ୱ ନେଇଛନ୍ତି। ପୂର୍ବରୁ ସେ ୨୦୦୮ ମସିହା ଅକ୍ଟୋବରରୁ ୨୦୧୧ ସେପଟେମ୍ୱର ପର୍ଯ୍ୟନ୍ତ ବିସିସିଆଇର ଅଧ୍ୟକ୍ଷ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।